ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଘୋଷଣା ହେଲା ପଦ୍ମ ପୁରସ୍କାର: ଓଡିଶାରୁ ୪ଜଣଙ୍କୁ ପଦ୍ମଶ୍ରୀ

0

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ କେନ୍ଦ୍ର ସରକାର ୨୦୨୩ ବର୍ଷ ପାଇଁ ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଏଥର ମୋଟ୍‌ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ମିଳିଥିବା ବେଳେ ଓଡ଼ିଶାରୁ ଅଛନ୍ତି ୪ ଜଣ। ୬ ଜଣଙ୍କୁ ପଦ୍ମବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ, ୯୧ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ।

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କ୍ରୀଷ୍ଣାଙ୍କୁ ମିଳିବ ପଦ୍ମ ବିଭୂଷଣ ପୁରସ୍କାର । ସେହିପରି ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କୁ ମରୋଣତ୍ତର ଭାବେ ପଦ୍ମ ବିଭୂଷଣ ପୁରସ୍କାର ପ୍ରଦାନ କରାଯିବ । ସେହିପରି ୯ ଜଣ ପାଇବେ ପଦ୍ମଭୂଷଣ ପୁରସ୍କାର । ସମାଜସେବା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସୁଧାମୂର୍ତ୍ତିଙ୍କୁ ମିଳିବ ପଦ୍ମଭୂଷଣ ସମ୍ମାନ । ସୁଧାମୂର୍ତ୍ତି ହେଉଛନ୍ତି ଇନଫୋସିସର ସହ ପ୍ରତିଷ୍ଠାତା । ସେହିପରି ୯୧ ଜଣ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ । ଅଭିନେତ୍ରୀ ରବିନା ଟଣ୍ଡନ ପାଇବେ ପଦ୍ମଶ୍ରୀ ପୁରସ୍କାର  ।

ସେହିପରି ଓଡ଼ିଶାରୁ ୪ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ । କଳା କ୍ଷେତ୍ରରେ ମାଗୁଣି ଚରଣ କୁଅଁର ଓ କ୍ରିଷ୍ଣା ପଟେଲଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ । ଅନ୍ୟପକ୍ଷରେ ସାହିତ୍ୟ ଓ ଶିକ୍ଷା ପାଇଁ ଅନ୍ତର୍ଯ୍ୟାମୀ ମିଶ୍ର ଓ କୃଷି କ୍ଷେତ୍ରରେ ଅବଦାନ ପାଇଁ ପଟ୍ଟାୟତ ସାହୁଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ ।

Leave A Reply

Your email address will not be published.