ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଫାଇନାଲ କୁ ଗଲା ଜର୍ମାନି

0

ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍‌-୨୦୨୩ର ପ୍ରଥମ ସେମିଫାଇନାଲ୍‌ ମ୍ୟାଚ୍‌ରେ ଜର୍ମାନି କଙ୍ଗାରୁ ଦଳକୁ ପରାସ୍ତ କରିଛି। ଜର୍ମାନି ଦଳ ୪-୩ ଗୋଲ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ସେମିଫାଇନାଲରେ ବିଜୟୀ ହେଲା ପରେ ଜର୍ମାନି ଏବେ ଫାଇନାଲକୁ ଉନ୍ନୀତ ହୋଇଛି। ଜର୍ମାନି ଆସନ୍ତା ୨୯ ତାରିଖରେ ଫାଇନାଲ ମ୍ୟାଚ୍‌ ଖେଳିବ। ବେଲଜିୟମ୍‌ ଓ ନେଦରଲାଣ୍ଡ୍‌ସ ମଧ୍ୟରେ ଖେଳାଯିବାକୁ ଥିବା ଦ୍ବିତୀୟ ସେମିଫାଇନାଲ ମ୍ୟାଚ୍‌ର ବିଜେତା ଟିମ୍‌କୁ ଭେଟିବ। ଫାଇନାଲ୍‌ ମ୍ୟାଚ୍‌ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ।

Leave A Reply

Your email address will not be published.