ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

କଳିଙ୍ଗରେ ହେବ ହକି ସେମିଫାଇନାଲ ମୁକାବିଲା

0

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି କମ୍ପିବ କଳିଙ୍ଗ । ଫାଇନାଲ କୁ ଯିବା ପାଇଁ ଆଜି ମୈଦାନକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ମ୍ୟାଚରେ ଅଷ୍ଟ୍ରେଲିଆ ଶତପ୍ରତିଶତ ଭଲ ପ୍ରଦର୍ଶନ କରିବାକୁ ଉଦ୍ୟମ କରିବ ବୋଲି କହିଛନ୍ତି ଅଷ୍ଟ୍ରେଲିଆ କୋଚ୍ କୋଲିନ ବ୍ୟାଚ୍ । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ ।

ସେହିପରି ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ ବେଲଜିୟମ ଓ ନେଦାରଲାଣ୍ଡ୍ସ ମଧ୍ୟରେ ହେବ ଟକ୍କର । ବିଶ୍ବର ୪ଟି ଶ୍ରେଷ୍ଠ ଟିମ୍ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ଯେଉଁ ଟିମ୍ ଶ୍ରେଷ୍ଠ ପ୍ରଦର୍ଶନ କରିବ ସେହି ଟିମ୍ ଫାଇନାଲକୁ ଯିବ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ । ଚଳିତ ବିଶ୍ବକପର ପ୍ରଦର୍ଶନ ଆଧାରରେ ଅଷ୍ଟ୍ରେଲିଆ ଓ ନେଦାରଲାଣ୍ଡ୍ସ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି ଦୁଇଟି ଟିମ୍ ଫାଇନାଲ ଯିବାର ସମ୍ଭାବନା ଅଧିକ ବୋଲି ଦିଲ୍ଲୀପ ତିର୍କୀ କହିଛନ୍ତି ।

Leave A Reply

Your email address will not be published.