ପ୍ରମୁଖ ଖବର

ପ୍ରଚାର ବେଳେ ପୁରୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଲାଗିଛି ଆଘାତ
୫ଟି ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ: ଜଳେଶ୍ୱର ସହ ବରୀ, ଆଠମଲ୍ଲିକ, ଆଠଗଡ଼ ଓ ପୁରୀରେ ବଦଳିଲେ କଂଗ୍ରେସ ପ୍ରାର୍ଥୀ
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ: ରାଜଭବନରେ କରିବେ ରାତ୍ରିଯାପନ, କାଲି ବ୍ରହ୍ମପୁରରେ ଦେବେ ଉଦ୍‌ବୋଧନ, ନବରଙ୍ଗପୁରରେ ବିଜୟ ସଂକଳ୍ପ ସମାବେଶରେ ହେବେ ସାମିଲ

କଳିଙ୍ଗରେ ହେବ ହକି ସେମିଫାଇନାଲ ମୁକାବିଲା

0

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି କମ୍ପିବ କଳିଙ୍ଗ । ଫାଇନାଲ କୁ ଯିବା ପାଇଁ ଆଜି ମୈଦାନକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ମ୍ୟାଚରେ ଅଷ୍ଟ୍ରେଲିଆ ଶତପ୍ରତିଶତ ଭଲ ପ୍ରଦର୍ଶନ କରିବାକୁ ଉଦ୍ୟମ କରିବ ବୋଲି କହିଛନ୍ତି ଅଷ୍ଟ୍ରେଲିଆ କୋଚ୍ କୋଲିନ ବ୍ୟାଚ୍ । ଅଷ୍ଟ୍ରେଲିଆ ଏବେ ବିଶ୍ୱର ଏକ ନମ୍ବର ରାଙ୍କିଙ୍ଗ ଟିମ୍ ।

ସେହିପରି ସନ୍ଧ୍ୟା ୭ଟାରେ ଦ୍ୱିତୀୟ ସେମିଫାଇନାଲରେ ବେଲଜିୟମ ଓ ନେଦାରଲାଣ୍ଡ୍ସ ମଧ୍ୟରେ ହେବ ଟକ୍କର । ବିଶ୍ବର ୪ଟି ଶ୍ରେଷ୍ଠ ଟିମ୍ ସେମିଫାଇନାଲରେ ପ୍ରବେଶ କରିଛନ୍ତି । ଯେଉଁ ଟିମ୍ ଶ୍ରେଷ୍ଠ ପ୍ରଦର୍ଶନ କରିବ ସେହି ଟିମ୍ ଫାଇନାଲକୁ ଯିବ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ । ଚଳିତ ବିଶ୍ବକପର ପ୍ରଦର୍ଶନ ଆଧାରରେ ଅଷ୍ଟ୍ରେଲିଆ ଓ ନେଦାରଲାଣ୍ଡ୍ସ ଭଲ ପ୍ରଦର୍ଶନ କରୁଥିବା ବେଳେ ଏହି ଦୁଇଟି ଟିମ୍ ଫାଇନାଲ ଯିବାର ସମ୍ଭାବନା ଅଧିକ ବୋଲି ଦିଲ୍ଲୀପ ତିର୍କୀ କହିଛନ୍ତି ।

Leave A Reply

Your email address will not be published.