ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପରଲୋକରେ ହୁସେନ ରବି ଗାନ୍ଧୀ

0

କଟକ: ପରଲୋକରେ ହୁସେନ ରବି ଗାନ୍ଧୀ। ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ ବାସଭବନରେ ରଖାଯାଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ହୁସେନ ରବି ଗାନ୍ଧୀଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ନିଜର ଶୋକବାର୍ତ୍ତାରେ କହିଛନ୍ତି।

ସୂଚନାନୁସାରେ; ୨୦୦୮ରୁ ୨୦୧୦ ଯାଏ ଓଡ଼ିଶା ସାହିତ୍ୟ ଏକାଡେମିର ସଭାପତି ଦାୟିତ୍ବ ନିର୍ବାହ କରିଥିଲେ। ସେ ୧୩ଟି ପୁସ୍ତକର ରଚୟିତା। ଏଥିମଧ୍ୟରେ ମୁକ୍ତ ପୂର୍ବାସା, ସିଂହାସନ ଭାଙ୍ଗିବାର କାର୍ଯ୍ୟକ୍ରମ ଓ ଆଜିର ଗଳ୍ପ ଓ ଗଳ୍ପ ସମ୍ଭାର ଆଦି ବେଶ୍ ଚର୍ଚ୍ଚିତ। ହୁସେନ ରବି ଗାନ୍ଧୀ ‘ଉତ୍କଳ ପ୍ରସଙ୍ଗ’ର ବି ସଂପାଦନା କରିଥିଲେ।

ଛାତ୍ର ଜୀବନରୁ ହୁସେନ ରବି ଗାନ୍ଧୀ ରାଜନୀତିରେ ସକ୍ରିୟ ଥିଲେ। ସେ ସମ୍ବଲପୁରର ଗଙ୍ଗାଧର ମହାବିଦ୍ୟାଳୟର ସଭାପତି ନିର୍ବାଚିତ ହୋଇଥିଲେ। ତେବେ ୧୯୮୫ ବିଧାନସଭା ନିର୍ବାଚନରେ ସେ କୋରେଇ ନିର୍ବାଚନ ମଣ୍ଡଳୀରୁ ଜାଗ୍ରତ ଓଡ଼ିଶାର ପ୍ରାର୍ଥୀ ଭାବେ ପ୍ରତିଦ୍ବନ୍ଦ୍ବିତା କରି ପରାଜିତ ହୋଇ ହୋଇଥିଲେ। ଏହାପରେ ୧୯୮୮ରେ ଜନତା ଦଳରେ ଯୋଗ ଦେଇଥିଲେ। ତାଙ୍କୁ ଦଳର ସାଧାରଣ ସଂପାଦକ ଭାବେ ନିଯୁକ୍ତି ମିଳିଥିଲା। ୧୯୯୮ରେ ବିଜୁ ଜନତା ଦଳ ପ୍ରତିଷ୍ଠା ହେବା ଦିନଠାରୁ ୨୦୦୫ ଯାଏ ସେ ବିଜେଡିର ସାଧାରଣ ସଂପାଦକ ଭାବେ କାର୍ଯ୍ୟ କରିଥିଲେ।

Leave A Reply

Your email address will not be published.