ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଅର୍ମଥନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ

0

ଭୁବନେଶ୍ବର; ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଗତକାଲି ମୃତ୍ୟୁ ହେବା ପରେ ଆଜି ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶ୍ରୀ ପୂଜାରୀ ଏବେ ରାଜ୍ୟ ଅର୍ଥ ଓ ସଂସଦୀୟ ବ୍ୟାପାର ବିଭାଗର କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ତୁଲାଉଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ସାଧାରଣ ନିର୍ବାଚନ ପରେ ନବୀନ ପଟ୍ଟନାୟକ ସରକାରରେ ନବ ଦାସ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ କାର୍ଯ୍ୟ କରି ଆସୁଥିଲେ। ସେ ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ।ଗତକାଲି ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ  ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ବ୍ରଜରାଜନଗର ଯାଇଥିଲେ। କାର୍ଯ୍ୟକ୍ରମ ସ୍ଥଳ ନିକଟରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଝାରସୁଗୁଡ଼ା ଡାକ୍ତରଖାନାକୁ ନିଆଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଏୟାର ଲିଫ୍ଟ କରି ଭୁବନେଶ୍ୱର ଆଣି ଆପୋଲୋ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତରୀ ଟିମ୍‌ର ଶତ ଚେଷ୍ଟା ସତ୍ତ୍ୱେ ନବ ଦାସ ଆଖି ବୁଜିଥିଲେ।

Leave A Reply

Your email address will not be published.