ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ନେତା ଓ କର୍ମୀ

0

ଭୁବନେଶ୍ବର; ସରକାରୀ ସ୍ଥିତ ବାସ ଭବନରେ ନବ ଦାସଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳଙ୍କ ସମେତ ନେତା ଓ କର୍ମୀ। ଭୁବନେଶ୍ୱର ବାସଭବନରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଲେ । ପାର୍ଥିବଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଦର୍ଶନ କଲେ । ଶେଷ ଦର୍ଶନ କରି ମୁଖ୍ୟମନ୍ତ୍ରୀ ଭାବବିହ୍ୱଳ ହୋଇପଡିଛନ୍ତି । ଏଥି ସହିତ ପରିବାର ଲୋକଙ୍କୁ ସାନ୍ତ୍ୱନା ଦେଇଛନ୍ତି ।

ଦୀର୍ଘ ସାଢେ ଚାରି ଘଣ୍ଟା ଧରି ଡାକ୍ତରୀ ଦଳର ସମସ୍ତ ଉଦ୍ୟମ ସତ୍ତ୍ବେ ତାଙ୍କୁ ଡାକ୍ତରମାନେ ବଞ୍ଚାଇ ପାରିନାହାନ୍ତି । ହସ୍ପିଟାଲ୍‌ ପକ୍ଷରୁ ତାଙ୍କ ପରଲୋକ ସମ୍ପର୍କରେ ବିଧିବଦ୍ଧ ସୂଚନା ଦିଆଯିବା ସହିତ ଏକ ବିବୃତିରେ କୁହାଯାଇଥିଲା ଯେ ଗୋଟିଏ ଗୁଳି ମନ୍ତ୍ରୀଙ୍କ ଛାତିରେ ବାଜି ବାହାରିଯାଇଛି । ଫଳରେ ହୃତ୍‌ପିଣ୍ଡ ଓ ବାମ ଫୁସ୍‌ଫୁସ୍‌ରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରଚୁର ରକ୍ତସ୍ରାବ ହୋଇଛି। ତାଙ୍କର ତୁରନ୍ତ ଅସ୍ତ୍ରୋପଚାର ପରେ ବି ଜୀବନ ରକ୍ଷା ସମ୍ଭବ ହୋଇନଥିଲା ।

ସୂଚନାଯୋଗ୍ୟ; ଶ୍ରଦ୍ଧାଞ୍ଜଳି ପରେ ଭୁବନେଶ୍ୱର ବିମାନବନ୍ଦର ନିଆଯାଇ ସେଠାରୁ ସ୍ୱତନ୍ତ୍ର ହେଲିକପଟରରେ ଝାରୁସୁଗୁଡା ନିଆଯାଉଛି । ଏହାପରେ ନିଜ ଜନ୍ମମାଟିରେ ତାଙ୍କର ଶେଷକୃତ୍ୟ ହେବ । ନବ ଦାସଙ୍କ ମୃତ୍ୟୁ ପରେ ୩ ଦିନିଆ ଶୋକ ପାଳନ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ଜନ୍ମମାଟିରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର ।

Leave A Reply

Your email address will not be published.