ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ

0

ନୂଆଦିଲ୍ଳୀ: ସଂସଦରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେକ୍ଷଣ ରିପୋର୍ଟ। ବଜେଟ୍ ପୂର୍ବରୁ ଲୋକସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ୨୦୨୩-୨୪ ଆର୍ଥିକ ବର୍ଷରେ ୬.୫ ପ୍ରତିଶତ ଜିଡିପି ଅଭିବୃଦ୍ଧି ରହିବା ନେଇ ଆକଳନ କରାଯାଇଛି । ବିଶ୍ୱର ବିଭିନ୍ନ ରାଷ୍ଟ୍ର ମାନ୍ଦାବସ୍ତାର ସମ୍ମୁଖୀନ ହେବାର ଆକଳନ କରାଯାଇଥିବା ବେଳେ ଭାରତ, ବିଶ୍ୱର ପ୍ରମୁଖ ଦ୍ରୁତତମ ଅର୍ଥନୀତି ଭାବେ ସ୍ଥାନ ବଜାଇ ରଖିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ।

ଆଜି ସଂସଦରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପନ ହୋଇଯାଇଛି।ସାଧାରଣତଃ ବଜେଟ ଉପସ୍ଥାପନର ଏକ ଦିନ ପୂର୍ବରୁ ଲୋକସଭାରେ ଏହାର ଉପସ୍ଥାପନ କରାଯାଇଥାଏ, ଏହି କ୍ରମରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହାକୁ ଉପସ୍ଥାପନ କରି ସୂଚନା ଦେଇଛନ୍ତି ଯେ ଆର୍ଥିକ ବର୍ଷ ୨୦୨୨-୨୦୨୩ରେ ଜିଡିପି ଅଭିବୃଦ୍ଧି ୭ ପ୍ରତିଶତ ହୋଇଥିବା ବେଳେ ଆଗାମୀ ବର୍ଷ ଏହା ୬.୫ ପ୍ରତିଶତ ହୋଇପାରେ ବୋଲି ଆକଳନ କରାଯାଇଛି। ଏହି ଅଭିବୃଦ୍ଧି ହାରରେ ଭାରତୀୟ ଅର୍ଥନୀତି ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହୋଇ ରହିବ। ମହାମାରୀ ସମୟରେ ମନ୍ଥର ହୋଇ ଯାଇଥିବା ଅର୍ଥନୀତି ପୁଣି ଥରେ ଉଦ୍ଧାର ‌ହୋଇଛି ବୋଲି ସର୍ବେକ୍ଷଣ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

Leave A Reply

Your email address will not be published.