ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ

ଆସନ୍ତାକାଲି ଠାରୁ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା

0

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆଜିଠାରୁ ବିଭିନ୍ନ ହାୟର ସେକେଣ୍ଡାରୀ ସ୍କୁଲ ଗୁଡିକ ପ୍ରସ୍ତୁତି ଚୂଡାନ୍ତ କରିବା ସହ ସମସ୍ତ ବିଭାଗକୁ ପ୍ରଶ୍ନପତ୍ର, ଉତ୍ତର ଖାତା ସହ ଟାଇମ୍ ଟେବୁଲ ପଠାଯାଇଛି । ଏନେଇ ଏକ୍ସଟରନାଲ ମାନଙ୍କୁ ଚିଠି କରାଯାଇଛି । ଆସନ୍ତାକାଲି ୯.୩୦ ରୁ ଛାତ୍ର ଛାତ୍ରୀ ମାନେ ଲ୍ୟାବ ମଧ୍ୟକୁ ପ୍ରବେଶ କରିବେ । ପ୍ରଥମ ସିଟିଂ ୧୦ ଟା ରୁ ଆରମ୍ଭ ହୋଇ ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ବିତୀୟ ସିଟିଂ ୨ ଟାରୁ ଆରମ୍ଭ ହୋଇ ୫ଟା ପର୍ଯ୍ୟନ୍ତ ଚାଲିବ । ବିଜ୍ଞାନରେ ଫିଜିକ୍ସ, ବଟନି, ଜୁଲୋଜି, କେମେଷ୍ଟ୍ରୀ, ଇନଫରମେସନ୍ ଟେକ୍‌ନୋଲୋଜି, ଟୁରିଜିମ୍ ହସ୍ପିଟାଲିଟି ଏବଂ ରିଟେଲ ପରୀକ୍ଷା ହେବ ।

ସେହିପରି ବାଣିଜ୍ୟରେ ଆକାଉଣ୍ଟାସି, ବିଏମ୍‌ଏସ୍, କଷ୍ଟ ଆକାଉଣ୍ଟିଂରେ ପରୀକ୍ଷା ହେବ । କଳାରେ ଆନ୍ଥ୍ରୋପୋଲୋଜି, ସାଇକୋଲଜି, ଜିଓଗ୍ରାଫି, ଇଣ୍ଡିଆନ୍ ମ୍ୟୁଜିକ୍, ଏଯୁକେସନ ଭଳି ପ୍ରାକ୍ଟିକାଲ ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ପ୍ରାକ୍ଟିକାଲ ପରୀକ୍ଷା ନେଇ ବିଜେବି ହାଇଅର ସେକେଣ୍ଡାରୀ ସ୍କୁଲରେ ପ୍ରସ୍ତୁତି ସରିଛି । ସମସ୍ତ ଲ୍ୟାବକୁ ପ୍ରସ୍ତୁତ କରାଯାଇଛି । ଚଳିତ ବର୍ଷ ବିଜେବିରେ ବିଜ୍ଞାନରେ ୫୪୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏହି ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା ୧ ତାରିଖରୁ ଆରମ୍ଭ ହୋଇ ୧୦ ତାରିଖ ମଧ୍ୟରେ ଶେଷ ହେବ ବୋଲି କହିଛନ୍ତି ବିଜେବି କଲେଜର ଅଧ୍ୟକ୍ଷ ।

Leave A Reply

Your email address will not be published.