ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ଆଜିଠାରୁ ଆରମ୍ଭ ହେଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ

0

ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା କେନ୍ଦ୍ରୀୟ ବଜେଟ୍ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ସଦସ୍ୟଙ୍କୁ ଉଦବୋଧନ ଦେବା ପରେ ଆରମ୍ଭ ହେଇଛି ୨୦୨୩-୨୪ ଆର୍ଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ।

ଏଥର ବଜେଟ୍ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ଅଧିବେଶନ ମାର୍ଚ୍ଚ ୧୨ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ଶେଷ ହେବ । ଏହି ଅଧିବେଶନ ରେ ୨୭ଟି କାର୍ଯ୍ୟ ଦିବସ ରହିଛି। ଏହି ଅଧିବେଶନରେ ସରକାର ବଜେଟ ସମେତ ୩ଟି ବିଲ୍‌ ଆଣିବା ପାଇଁ ଯୋଜନା ରଖିଛନ୍ତି। ଅଧିବେଶନ ଏପ୍ରିଲ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ମଝିରେ ବଜେଟ ପେପର ଯାଞ୍ଚ ଲାଗି ମାସେ ସମୟ ଅବକାଶ ରହିବ ।

ଅଧିବେଶନର ପ୍ରଥମ ୨ ଦିନ ପ୍ରଶ୍ନକାଳ ଓ ଶୂନ୍ୟକାଳ ରହିବ ନାହିଁ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏହା ମୋଦି ସରକାରଙ୍କ ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ହେବ । ଏଣୁ ଏଥିଲାଗି ଉଭୟ ଶାସକ ଓ ବିରୋଧି ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗି ପଡିଛନ୍ତି।

Leave A Reply

Your email address will not be published.