ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର ପ୍ରମୋଦ

0

ବ୍ରହ୍ମପୁର; ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ ସହ ଏକକାଳୀନ ୧୦ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ ତିନି ମହଲା କୋଠା, ଆଙ୍କୁଲି ଶଶିଭୂଷଣ ନଗର ତୃତୀୟ ଲେନରେ ଦୁଇ ମହଲା କୋଠା ଠାବ ହୋଇଛି ।

ଗୋପାଳପୁର ହରିପୁର ଗାଁରେ ଥିବା ଦୁଇ ମହଲା କୋଠା, ବ୍ରହ୍ମପୁରରେ ଫାର୍ମ ହାଉସ ଓ ଲୋଚାପଡ଼ାରେ ଥିବା ବାସଭବନରେ ମଧ୍ୟ ଚଢ଼ାଉ ହୋଇଛି । ପୁରୀରେ ଏକ ଫ୍ଲାଟ୍, ବ୍ରହ୍ମପୁର ଆମ୍ବପୁଆରେ ଗୋଟିଏ ଫ୍ଲାଟ, ଗଞ୍ଜାମ ବାଳକୃଷ୍ଣପୁରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଛି । ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର ଓ ସବଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

Leave A Reply

Your email address will not be published.