ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର ପ୍ରମୋଦ

0

ବ୍ରହ୍ମପୁର; ଭିଜିଲାନ୍ସ ଜାଲରେ ସାଉଥକୋ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ । ଅଫିସ ସହ ଏକକାଳୀନ ୧୦ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ ତିନି ମହଲା କୋଠା, ଆଙ୍କୁଲି ଶଶିଭୂଷଣ ନଗର ତୃତୀୟ ଲେନରେ ଦୁଇ ମହଲା କୋଠା ଠାବ ହୋଇଛି ।

ଗୋପାଳପୁର ହରିପୁର ଗାଁରେ ଥିବା ଦୁଇ ମହଲା କୋଠା, ବ୍ରହ୍ମପୁରରେ ଫାର୍ମ ହାଉସ ଓ ଲୋଚାପଡ଼ାରେ ଥିବା ବାସଭବନରେ ମଧ୍ୟ ଚଢ଼ାଉ ହୋଇଛି । ପୁରୀରେ ଏକ ଫ୍ଲାଟ୍, ବ୍ରହ୍ମପୁର ଆମ୍ବପୁଆରେ ଗୋଟିଏ ଫ୍ଲାଟ, ଗଞ୍ଜାମ ବାଳକୃଷ୍ଣପୁରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଛି । ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର ଓ ସବଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

Leave A Reply

Your email address will not be published.