ପ୍ରମୁଖ ଖବର

ମହାକୁମ୍ଭ ବୁଲାଇବାକୁ ନେଇ ପତ୍ନୀଙ୍କୁ ହତ୍ୟା କଲେ ସ୍ୱାମୀ
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଗୁଣାବତ୍ତା ପରୀକ୍ଷାରେ ଫେଲ୍ ମାରିଲା ୮୪ଟି ମେଡିସିନ୍
ନବରଙ୍ଗପୁର ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଲେ
ଆତିଶୀ ହେବେ ଦିଲ୍ଲୀ ବିଧାନସଭାର ପ୍ରଥମ ମହିଳା ବିରୋଧୀ ଦଳ ନେତା
ଢ଼େଙ୍କାନାଳ: ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା

ନବ ଦାସଙ୍କ ହତ୍ୟା ଘଟଣା: ତଦନ୍ତର ତଦାରଖ କରିବେ ଜଷ୍ଟିସ ଜେ.ପି ଦାସ

0

କଟକ: ନବକିଶୋର ଦାସଙ୍କୁ ହତ୍ୟା ଘଟଣାରେ ତଦନ୍ତର ତଦାରଖ କରିବେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସ । ତଦନ୍ତ ପ୍ରକ୍ରିୟାର ତଦାରଖ ପାଇଁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଥିଲେ ରାଜ୍ୟ ସରକାର ।

ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ତଦନ୍ତ ପାଇଁ ଅନୁରୋଧ କରିଥିଲେ ରାଜ୍ୟ ସରକାର । ଏହା ଅତ୍ୟନ୍ତ ସ୍ପର୍ଶକାତର ଘଟଣା । କାରଣ ଏହି ଘଟଣାରେ ଜଣେ ପୋଲିସଙ୍କର ସଂପୃକ୍ତି ରହିଛି । ତଣୁ ତଦନ୍ତରେ ସର୍ବୋଚ୍ଚ ସ୍ବଚ୍ଛତା ଓ ପ୍ରତିବଦ୍ଧତା ଆବଶ୍ୟକ ରହିଛି । ରାଜ୍ୟ ସରକାର ଏଥିପାଇଁ ହାଇକୋର୍ଟଙ୍କୁ ଏଭଳି ଅନୁରୋଧ କରିଥିଲେ । ରାଜ୍ୟ ସରକାରଙ୍କ ଅନୁରୋଧ ପରେ ଜଷ୍ଟିସ ଜେ.ପି ଦାସ ଦାୟିତ୍ବ ନେଇଛନ୍ତି।

ସୂଚନାଯୋଗ୍ୟ; ପଶ୍ଚିମ ଓଡ଼ିଶାର ଟାଣୁଆ ନେତା ବ୍ରଜରାଜନଗରରେ ହତ୍ୟା କରାଯାଇଥିଲେ। ବିଜେଡି କର୍ମୀମାନେ ତାଙ୍କୁ ସ୍ୱାଗତ କରୁଥିବା ବେଳେ ପୁଲିସ୍‌ ଏଏସ୍‌ଆଇ ଗୋପାଳ ଦାସ ନିଜ ନିର୍ଭରଭରରେ ଗୁଳି କରିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

Leave A Reply

Your email address will not be published.