ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର

0

ଭୁବନେଶ୍ବର; ଲୋକପ୍ରିୟ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଆକ୍ୟୁଟ୍‌ ହେପାଟାଇଟିସ୍‌ ଯୋଗୁ ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଛନ୍ତି । ଖୁବ୍ ଶୀଘ୍ର ତାଙ୍କର ଯକୃତ ପ୍ରତିରୋପଣ କରିବାକୁ ପରାମର୍ଶ ଦେଇଛନ୍ତି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର । ଏଥିପାଇଁ ପ୍ରାୟ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇପାରେ।

ପିଣ୍ଟୁଙ୍କ ଅସୁସ୍ଥତା ଖବର ଓଲିଉଡ ଜଗତରେ ଦୁଃଖର ବାତାବରଣ ଖେଳାଇଦେଇଛି । ପିଣ୍ଟୁଙ୍କର ଆଶୁ ଆରୋଗ୍ୟ କାମନା କରିଛିି ପୁରା ଓଲିଉଡ । ତେବେ ପିଣ୍ଟୁଙ୍କ ଚିକିତ୍ସା ପାଇଁ ବହୁ ଟଙ୍କାର ଆବଶ୍ୟକତା ଥିବାରୁ ଏଥିପାଇଁ ତାଙ୍କ ପରିବାର ଲୋକଙ୍କ ସମେତ ଓଲିଉଡ ବି ଆଗେଇ ଆସିଛି । ତେବେ ଏ ସବୁ ଭିତରେ ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟ ଗୁରୁତର ଥିବାବେଳେ ସରକାରଙ୍କଠାରୁ ସହାୟତା ଲୋଡିଛି ଓଲିଉଡ ।

Leave A Reply

Your email address will not be published.