ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

ନବ ଦାସଙ୍କ ମୃତ୍ୟୁ ପରେ ପିଏସଓ ଥିବା ମିତ୍ରଭାନୁ ଦେଓ ନିଲମ୍ବିତ

0

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ମୃତ୍ୟୁ ପରେ ମନ୍ତ୍ରୀଙ୍କ ପିଏସଓ ଥିବା ମିତ୍ରଭାନୁ ଦେଓଙ୍କୁ ନିଲମ୍ବିତ କରାଯାଇଛି। ସେପଟେ ବ୍ରଜରାଜନଗର ଆଇଆଇସି ଓ ସବ୍‌ଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି। ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ୱାଇଁଙ୍କୁ ସମ୍ବଲପୁର ଜିଲ୍ଲା ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଥିବା ବେଳେ, ଏସଆଇ ଶଶିଭୂଷଣ ପୋଢ଼ଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ତେଣେ ସମ୍ବଲପୁରରେ ଥିବା ଇନ୍ସପେକ୍ଟର ଧବଳେଶ୍ୱର ସାହୁଙ୍କୁ ବ୍ରଜରାଜନଗରର ନୂଆ ଆଇଆଇସି ଭାବେ ନିଯୁକ୍ତି ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ପୂର୍ବରୁ ଝାରସୁଗୁଡ଼ା ଏସ୍‌ପି ଓ ବ୍ରଜରାଜନଗର ଏସ୍‌ଡିପିଓଙ୍କୁ ବଦଳି କରାଯାଇଛି। ଝାରସୁଗୁଡ଼ା ଏସ୍‌ପି ରାହୁଲ ଜୈନଙ୍କ ବଦଳି ହୋଇଛି। ରାହୁଲ ଜୈନଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ବରଗଡ଼ ଏସ୍‌ପି ପରମାର ସ୍ମିତ୍‌ଙ୍କୁ ଝାରସୁଗୁଡ଼ାରେ ଅବସ୍ଥାପିତ କରାଯାଇଛି। ସେହିଭଳି ବୌଦ୍ଧର ଏସ୍‌ପି ପ୍ରହଲ୍ଲାଦ ସହାୟଙ୍କୁ ବରଗଡ଼ ବଦଳି ହୋଇଥିବା ବେଳେ ରାୟଗଡ଼ାର ଅତିରିକ୍ତ ଏସ୍‌ପିଙ୍କୁ ବୌଦ୍ଧରେ ନୂଆ ନିଯୁକ୍ତି ମିଳିଛି

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳି କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକତ ଏଏଏସ୍‌ଆଇ ଗୋପାଳକୃଷ୍ଣଙ୍କୁ ପୁଲିସ ଗିରଫ କରିଛି।

ତେବେ ନବକିଶୋର ଦାସଙ୍କୁ ଗୁଳି କରି ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସକୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ଗୋପାଳକୁ ୪ ଦିନିଆ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଞ୍ଚକୁ ଅନୁମତି। ଅଭିଯୁକ୍ତ ଗୋପାଳକୁ ୭ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ ହୋଇଥିଲା। ଅନ୍ୟପଟେ ବଡମାଳ ଥାନାରେ ନବକିଶୋର ଦାସଙ୍କ ଗୁଳିବିଦ୍ଧ କାରକୁ ଯାଞ୍ଚ କରାଯାଉଛି । ନବକିଶୋରଙ୍କ କାର୍ ଯାଞ୍ଚ କରୁଛି ସାଇଣ୍ଟିଫିକ୍ ଟିମ୍ । ଫରେନସିକ୍ ଟିମ୍ ସହ କ୍ରାଇମବ୍ରାଞ୍ଚର ତନାଘନା ଜାରି ରହିଛି।

Leave A Reply

Your email address will not be published.