ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଅମିତ ସିଂ ସାଲୁଜା ଗିରଫ

0

ବଲାଙ୍ଗୀର; ବଲାଙ୍ଗୀର କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅ ଅମିତ ସିଂ ଓରଫ ସେଜି ସାଲୁଜାଙ୍କୁ ଗିରଫ କରିଛି ପୁଲିସ । କଂଟାବାଞ୍ଜିର ଏକ ସିନେମା ହଲ ଭିତରେ ଗଣ୍ଡଗୋଳରେ ବିଧାୟକଙ୍କ ପୁଅର ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ଅମିତ ପୁଲିସ ସହ ଗଣ୍ଡଗୋଳ କରୁଥିବାର କିଛି ଫଟୋ ଏବଂ ଭିଡିଓ ଭାଇରାଲ ହେଉଛି । ପୋଲିସ ବିଧାୟକଙ୍କ ପୁଅ ସେଜି ସିଂହ ସାଲୁଜାଙ୍କୁ ଗିରଫ କରି ଆଇପିସିର ଧାରା ୩୮୪, ୫୦୬, ୩୫୩ ଓ ଆର୍ମ ଆକ୍ଟରେ ମାମଲା ରୁଜୁ କରିଛି । ବିଧାୟକଙ୍କ ପୁଅ ସମେତ ୬ଜଣଙ୍କୁ ଗିରଫ କରିଛି ପୁଲିସ। ସେଜି ସିଂଙ୍କ ଜିମରୁ ନଗଦ ୧୯ ଲକ୍ଷ ଟଙ୍କା ଓ ବିଭିନ୍ନ ବ୍ରାଣ୍ଡର ୧୭ ଲିଟର ମଦ ଜବତ ହୋଇଛି।

ସୂଚନାଯୋଗ୍ୟ; ଦୁଇ ତିନିଦିନ ଆଗରୁ ଆଲିସାନ ହୋଟେଲରେ ଅମିତ ଓରଫ ସେଜି କୌଣସି କାରଣକୁ ନେଇ ସିନେମା ହଲ ମାଲିକଙ୍କ ସହ ଯୁକ୍ତିତର୍କ ହୋଇଥିଲା । ପରେ ବୁଧବାର ସଂଧ୍ୟାରେ ଆଲିସାନ ସିନେମା ହଲ ଭିତରେ ମାଲିକଙ୍କ ପୁଅଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି । ଏନେଇ ବିଧାୟକ କିମ୍ବା ତାଙ୍କ ପୁଅ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

Leave A Reply

Your email address will not be published.