ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଏୟାରପୋର୍ଟ ଥାନା ପାଇଖାନl ଟାଙ୍କିରୁ ମିଳିଛି ହାତ ଲେଖା ଚିଠି

0

ଝାରସୁଗୁଡ଼ା : ଝାରସୁଗୁଡାରେ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ପଡିଛି ଗୋପାଳର ହାତ ଲେଖା କାଗଜ। ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କିଛି ସୁରାଗ ପାଇଁ ଝାରସୁଗୁଡା ବିମାନ ବନ୍ଦର ଥାନା ପାଇଖାନl ଟାଙ୍କିରେ ଖୋଳାଖୋଳି କରାଯାଇଛି । ଗୋପାଳର ହାତ ଲେଖା ଚିଠି ସେଠାରୁ ମିଳିଛି ।

କାଗଜରେ ଲୁଚି ରହିଥାଇପାରେ ନବ ଦାସ ହତ୍ୟାକାଣ୍ଡର ରହସ୍ୟ ? ସ୍ୱରେଜ ଟାଙ୍କି ଖୋଳିଲା ପରେ କ୍ରାଇମବ୍ରାଞ୍ଚର ହସ୍ତଗତ ହୋଇଛି । ଗୋପାଳ ପାଇଖାନା କମଡରେ ଫ୍ଲସ୍ କରିଦେଇଥିଲା କାଗଜ । ଗତକାଲିଠାରୁ କାଗଜ ଖୋଜୁଥିଲା କ୍ରାଇମବ୍ରାଞ୍ଚ ଟିମ୍ । ତେବେ ସବୁଠାରୁ ବଡ କଥା ହେଉଛି, ହତ୍ୟାକାଣ୍ଡର କାରଣ କାଗଜରେ ଥିବା ଗୋପାଳ କହିଛି । ରିମାଣ୍ଡରେ ଦ୍ୱିତୀୟ ଦିନରେ ଗୋପାଳ ଗୁମର ଖୋଲୁଛି ।

ମିଳିଥିବା ସୂଚନା ଅନୁସାରେ ଗୁଳିକାଣ୍ଡ ଘଟଣା ପରେ ପୋଲିସ ଅଭିଯୁକ୍ତକୁ ବିମାନବନ୍ଦର ଥାନାକୁ ଆଣିିିଥିଲା । ଏହିଠାରେ ଅଧିକ ସମୟ ରହିବା ଭିତରେ ଅଭିଯୁକ୍ତ ପାଖରେ ଥିବା କିଛି କାଗଜକୁ ଥାନା ଭିତରେ ଥିବା ପାଇଖାନାରେ ପକାଇ ଫ୍ଲସ ମାରିଦେଇଥିଲେ । ତେଣୁ ସେହି କାଗଜଟି ପାଇଖାନା ଟାଙ୍କିରେ ରହିଥିବାରୁ ତଦନ୍ତକାରୀ ଟିମ୍ ଲାଟିନ୍ ଟାଙ୍କି ଖୋଳିଛି । ଆଉ ସେହି କାଗଜକୁ ପାଇଥିବା ସୂଚନା ରହିଛି । ଏବେ ସେହି କାଗଜପତ୍ରକୁ ଫରେନସିକ୍ ଲ୍ୟାବକୁ ପଠାଯିବ ବୋଲି ସୂଚନା ରହିଛି । ଏହି ଚିଠିରୁ କିଛି ବଡ଼ ସୁରାକ ମିଳିପାରେ ବୋଲି ଅନୁମାନ କରାଯାଉଛି । ଅନ୍ୟପଟେ ତଦନ୍ତକାରୀ ଦଳ ଅଭିଯୁକ୍ତ ଗୋପାଳ ଦାସଙ୍କୁ ନେଇ କରିପାରେ ସିନ୍ ରିକ୍ରିଏସନ୍ ।

Leave A Reply

Your email address will not be published.