ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଜୟପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

0

ଜୟପୁର: ବିକ୍ରମ ଦେବ କଲେଜର ପ୍ଲାଟିନମ ଜୁବିଲି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି  ଜୟପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ସହରବାସୀ ପୂରା ଉତ୍ସାହିତ ରହିଥିବା ବେଳେ କଲେଜ ପଡିଆକୁ ଖୁବ୍‌ ସୁନ୍ଦର ଭାବେ ସଜା ଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଅବିଭକ୍ତ କୋରାପୁଟ ଜିଲ୍ଲାର ସର୍ବପୁରାତନ ଜୟପୁର ବିକ୍ରମ ଦେବ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଗତକାଲି ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଉ କିଛି ସମୟ ପରେ ମୁଖ୍ୟମନ୍ତ୍ରୀ ନବୀନ ମଞ୍ଚରେ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହା ପୂର୍ବରୁ ଏକ ଅଡିଓ ଭିଜୁଆଲ୍‌ କ୍ଲିପ୍‌ ଜରିଆରେ କୋରାପୁଟ୍‌ରେ ହୋଇଥିବା ବିକାଶର ଚିତ୍ରକୁ ଦେଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ୫-ଟି ପ୍ରଭାବରେ କିପରି କୋରାପୁଟ ବିକାଶ ପଥରେ ଆଗେଇଛି ତାହା ଏହି କ୍ଲିପ୍‌ରେ ଦୃଶ୍ୟମାନ ହୋଇଛି। ଏଥିସହ ମୁଖ୍ୟମନ୍ତ୍ରୀ କେତେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି।

ଦୀର୍ଘ ଦିନର ଦାବି ପୂରଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ । ୧୯୪୭ ମସିହାରେ ସ୍ଥାପିତ ବିକ୍ରମଦେବ ମହାବିଦ୍ୟାଳୟରେ ଏବେ ୧୬ଟି ବିଭାଗରେ ପିଜି, ୧୭ଟିରେ ୟୁଜି ସହ ବିବିଏ, ବିସିଏ ଓ ବିଏଡ୍ ପାଠ୍ୟକ୍ରମ ଜାରି ରହିଛି । ଏବେ ୪ହଜାର ଛାତ୍ରଛାତ୍ରୀ ଏଠାରେ ପଢୁଛନ୍ତି। ବହୁ ବର୍ଷ ଦାବି ଶେଷରେ ପୂରଣ ହୋଇଥିବାରୁ ‌କଲେଜ କର୍ମଚାରୀ, ପୁରାତନ ଛାତ୍ର ଏବଂ ବର୍ତ୍ତମାନର ଛାତ୍ରଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏପରିକି ଗତକାଲି ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ପରସ୍ପରକୁ ମିଠା ଖୁଆଇ ଅଭିନନ୍ଦନ ଜଣାଇବା ସହ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏପରିକି ଆଜି ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚି ମଞ୍ଚକୁ ଯାଉଥିବା ବେଳେ ଉପସ୍ଥିତ ଲୋକମାନେ ‘ନବୀନ ପଟ୍ଟନାୟ ଧନ୍ୟବାଦ’ ବୋଲି ବି ସ୍ଲୋଗାନ ଦେଇଥିବା ଶୁଣିବାକୁ ମିଳିଥିଲା।

Leave A Reply

Your email address will not be published.