ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଅଭିଯୁକ୍ତ ଗୋପାଳ ଦାସଙ୍କ ରିମାଣ୍ଡ ଆଉ ୪ ଦିନ ବଢିଲା

0

ଝାରସୁଗୁଡା; ନବ ଦାସଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗୋପାଳ ଦାସଙ୍କ ରିମାଣ୍ଡ ଆଉ ୪ ଦିନ ବଢିଛି। ଗୋପାଳ ଦାସଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି। ଆଜି ପ୍ରଥମ ଦଫା  ରିମାଣ୍ଡ ଶେଷ ହୋଇଥିଲା। ଏହାପରେ ପୁଣି କ୍ରାଇମବ୍ରାଞ୍ଚ ଗୋପାଳ ଦାସଙ୍କୁ ଆଉ ୯ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟଙ୍କୁ ନିବେଦନ କରିଥିଲା। ହେଲେ ଆଉ ୪ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି।

ସେପଟେ ଆଜି ପୁଣି ଥରେ ଅଭିଯୁକ୍ତ ଗୋପାଳର ପରିବାର ଲୋକଙ୍କୁ ଆଙ୍କୁଲି ସ୍ଥିତ ଘରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ । ଗୋପାଳର ସ୍ତ୍ରୀ ଓ ପୁତୁରାକୁ ପଚରାଉଚରା କରିଛି ଟିମ୍ । ଏମକେସିଜି ମେଡିକାଲରେ ଏସବିଆଇ ଶାଖାରେ ୪ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ଗୋପାଳ ଓ ତା ପରିବାରର ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରୁଛି । ଗତକାଲି ଗୋପାଳ ରହୁଥିବା କ୍ବାର୍ଟର୍ସ ସହିତ ଗାନ୍ଧିଛକ ଫାଣ୍ଡିକୁ ଗୋପାଳକୁ ନେଇ ପ୍ରମାଣ ଖୋଜିଥିଲା କ୍ରାଇମବ୍ରାଞ୍ଚ । ଏହି ସମୟରେ ତଦନ୍ତକାରୀ ଟିମ୍ ହାତରେ ଲାଗିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ । ଗୋପାଳର ଡାଏରୀ ସହିତ କିଛି ହାତଲେଖା ଚିଠି ଜବତ କରିଛି କ୍ରାଇମବ୍ରାଞ୍ଚ ।

ଅଭିଯୁକ୍ତର କ୍ୱାର୍ଟର୍ସରୁ ଜବତ ଦଲିଲକୁ କ୍ରାଇମବ୍ରାଞ୍ଚ ଟିମ୍ ଯାଞ୍ଚ କରୁଛି । ଗୁଳିମାଡ଼ରେ ଆହତ ଜୀବନ କୁମାର ନାୟକ ଏବଂ ଅନ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି । ଏୟାରପୋର୍ଟ ପୋଲିସ ଷ୍ଟେସନ ଶୌଚାଳୟରୁ ଜବତ ହୋଇଥିବା ଗୋପାଳର ହାତଲେଖା କାଗଜକୁ ଯାଞ୍ଚ କରାଯାଉଛି । ସେଠାରୁ ୨୨ ଖଣ୍ଡ ଟୁକୁଡା କାଗଜ ଜବତ ହୋଇଛି । ଏଗୁଡିକ ଅଭିଯୁକ୍ତର ବୋଲି ପ୍ରମାଣିତ କରିବାକୁ ହସ୍ତଲିଖନ ବ୍ୟୁରୋକୁ ପଠାଯିବ ବୋଲି କ୍ରାଇମବ୍ରାଞ୍ଚ ତରଫରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.