ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ

0

ଭୁବନେଶ୍ୱର: ଆଜି ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ହିଞ୍ଜିଳିବାସୀଙ୍କ ଅନେକ ଦିନର ସ୍ୱପ୍ନ ପୂରଣ ହୋଇଛି ବୋଲି କହିଛନ୍ତି ନବୀନ । ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର କହିଛନ୍ତି, ରାଜ୍ୟରେ ଲୋକଙ୍କୁ ନ୍ୟାୟ ମିଳିବା ପ୍ରକ୍ରିୟାରେ ଉନ୍ନତି ଘଟିଛି । ଟେକ୍ନୋଲଜିର ବ୍ୟବହାର ଦ୍ବାରା ନ୍ୟାୟ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି ବୋଲି କହିଛନ୍ତି ମୁଖ୍ୟ ବିଚାରପତି ।

ହିଞ୍ଜିଳିରେ ଦୌରା ଜଜ କୋର୍ଟ ପ୍ରତିଷ୍ଠା ହେବା ଦ୍ବାରା ବିଶେଷ କରି ଗରିବ ଓ ଦୁର୍ବଳ ଶ୍ରେଣୀର ଲୋକ ବେଶୀ ଉପକୃତ ହେବେ ।ପଦକ୍ଷେପଗୁଡିକ ନିର୍ଦ୍ଦିଷ୍ଟ କରି ସେ କହିଛନ୍ତି, ନୂତନ ଅଦାଲତ ଖୋଲିବା, ନ୍ୟାୟିକ ଅଧିକାରୀଙ୍କ ନିଯୁକ୍ତି, ଟେକ୍ନୋଲୋଜିର ବ୍ୟବହାର ଏବଂ ବିଭିନ୍ନ ଅଦାଲତରେ ମାମଲାଗୁଡ଼ିକର ଯୁକ୍ତିଯୁକ୍ତ ଏବଂ ନ୍ୟାୟିକ ବ୍ୟବସ୍ଥାର କାର୍ଯ୍ୟଦକ୍ଷତାକୁ ସୁଦୃଢ଼ କରିବା ପାଇଁ ଅନେକ ପଦକ୍ଷେପ ନିଆଯାଇଛି। ନୂତନ ଅଦାଲତ ଖୋଲିବାକୁ ସମର୍ଥନ କରିଥିବାରୁ ସେ ମୁଖ୍ୟମନ୍ତ୍ରୀ ଓ ଓଡିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଓକିଲମାନେ ପୂର୍ଣ୍ଣ ପ୍ରାଣରେ ଲୋକଙ୍କୁ ନ୍ୟାୟ ପ୍ରଦାନ କରିବାକୁ ଚେଷ୍ଟା କରିବେ । ତେବେ ହଞ୍ଜିଳିରେ କୋର୍ଟ ସ୍ଥାପନା ଲଗି ମୁଖ୍ୟମନ୍ତ୍ରୀ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଧନ୍ୟବାଦ ଜଣାଇଥିଲେ । କଟକରୁ ଭର୍ଚୁଆଲରେ ଯୋଡ଼ି ହୋଇ ମୁଖ୍ୟ ବିଚାରପତି ଲୋକଙ୍କୁ ନ୍ୟାୟ ମିଳିବାରେ ବିଳମ୍ବ ହେବନି ବୋଲି ଆଶା କରିଛନ୍ତି । ମାହାମରୀ ସମୟରେ ହାଇକୋର୍ଟ ସେଥିପାଇଁ ବନ୍ଦ କରାଯାଇନଥିଲା । ନୂଆ କୋର୍ଟ ସ୍ଥାପନା, ବିଚାରପତି ନିଯୁକ୍ତି, ଟେକ୍ନୋଲଜି ବ୍ୟବାହର ଦ୍ବାରା ନ୍ୟାୟିକ ପ୍ରକ୍ରିୟାରେ ଉନ୍ନତି ଘଟିଛି ବୋଲି କହିଛନ୍ତି ମୁଖ୍ୟ ବିଚାରପତି ।

Leave A Reply

Your email address will not be published.