କଟକ: ମୃତକ ଧନେଶ୍ବର ବେହେରାଙ୍କ ପରିବାର ଓ ସଂପର୍କୀୟ ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କ ନାଆଁରେ ବଡ ଅଭିଯୋଗ ଆଣିଛନ୍ତି । ସେମାନଙ୍କ କହିବା ଅନୁଯାୟୀ, ସାଦା ପୋଷାକରେ ଆସି ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରା, ଏସିଏଫ୍ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ ଧନେଶ୍ବର ବେହେରାଙ୍କୁ ଉଠାଇନେଇଥିଲେ। ସେମାନେ ପିଟିପିଟି ମାରି ଦେଇଥିବାର ଅଭିଯୋଗ ହୋଇଛି। ଏହି ଘଟଣାରେ ତିନିଜଣଙ୍କୁ ତୁରନ୍ତ ଗିରଫ କରାଯିବା ସହ ମୃତକ ଧନେଶ୍ବର ବେହେରାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବା ଲାଗି ଦାବି ହୋଇଛି। ଏହି ଘଟଣାର ପ୍ରତିବାଦରେ ସ୍ଥାନୀୟ ଲୋକେ ୬୫ ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି। ସେପଟେ କଟକରୁ ଜଣେ ଅତିରିକ୍ତ ଏସପି ଘଟଣାସ୍ଥଳକୁ ଆସୁଥିବାର ଖବର ମିଳିଛି। ଆଠଗଡ଼ ବନଖଣ୍ଡର ୨ ଏସିଏଫ୍ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ ବି ଆଠଗଡ଼ ଥାନାରେ ଅଟକ ଅଛନ୍ତି। ଉଭୟଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି।
ପ୍ରମୁଖ ଖବର
କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍ରେ ମଦ ବିକ୍ରୟକୁ ଅନୁମତି
ଏଲ୍ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି