କଟକ: ମୃତକ ଧନେଶ୍ବର ବେହେରାଙ୍କ ପରିବାର ଓ ସଂପର୍କୀୟ ବଡ଼ମ୍ବା ରେଞ୍ଜର ଓ ଦୁଇ ଏସିଏଫଙ୍କ ନାଆଁରେ ବଡ ଅଭିଯୋଗ ଆଣିଛନ୍ତି । ସେମାନଙ୍କ କହିବା ଅନୁଯାୟୀ, ସାଦା ପୋଷାକରେ ଆସି ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରା, ଏସିଏଫ୍ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ ଧନେଶ୍ବର ବେହେରାଙ୍କୁ ଉଠାଇନେଇଥିଲେ। ସେମାନେ ପିଟିପିଟି ମାରି ଦେଇଥିବାର ଅଭିଯୋଗ ହୋଇଛି। ଏହି ଘଟଣାରେ ତିନିଜଣଙ୍କୁ ତୁରନ୍ତ ଗିରଫ କରାଯିବା ସହ ମୃତକ ଧନେଶ୍ବର ବେହେରାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବା ଲାଗି ଦାବି ହୋଇଛି। ଏହି ଘଟଣାର ପ୍ରତିବାଦରେ ସ୍ଥାନୀୟ ଲୋକେ ୬୫ ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତି। ସେପଟେ କଟକରୁ ଜଣେ ଅତିରିକ୍ତ ଏସପି ଘଟଣାସ୍ଥଳକୁ ଆସୁଥିବାର ଖବର ମିଳିଛି। ଆଠଗଡ଼ ବନଖଣ୍ଡର ୨ ଏସିଏଫ୍ ଘନଶ୍ୟାମ ମୁଦୁଲି ଓ ହରେକୃଷ୍ଣ ମଲ୍ଲିକ ବି ଆଠଗଡ଼ ଥାନାରେ ଅଟକ ଅଛନ୍ତି। ଉଭୟଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ଜଣାଯାଇଛି।
ପ୍ରମୁଖ ଖବର
ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ