ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସୁପ୍ରିମକୋର୍ଟର ୫ ଜଣ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

0

ନୂଆଦିଲ୍ଲୀ : ସୁପ୍ରିମକୋର୍ଟର ୫ ଜଣ ନୂଆ ବିଚାରପତି ଶପଥ ଗ୍ରହଣ କରିଛନ୍ତି । ସୁପ୍ରିମକୋର୍ଟ ଅଡିଟୋରିଅମରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନୂଆ ବିଚାରପତିମାନେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନ ବିଚାରପତି ଡି ଓ୍ୱାଇ ଚନ୍ଦ୍ରଚୁଡ଼ ନୂଆ ବିଚାରପତିମାନଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ୫ ନୂଆ ବିଚାରପତି ହେଲେ ଜଷ୍ଟିସ ପଙ୍କଜ ମିତଲ, ଜଷ୍ଟିସ ସଞ୍ଜୟ କାରୋଲ, ଜଷ୍ଟିସ ପି.ଭି ସଞ୍ଜୟ କୁମାର, ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲା ଏବଂ ଜଷ୍ଟିସ ମନୋଜ ମିଶ୍ର ।

ଉଲ୍ଲେଖଯୋଗ୍ୟ; ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଡିସେମ୍ବର ୧୩ ତାରିଖରେ ବସିଥିବା କଲେଜିୟମ ବୈଠକରେ ୫ ଜଣ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ପାଇଁ ସୁପାରିସ ହୋଇଥିଲା । ଗତ ୨ ତାରିଖରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତାଲିକାକୁ ରାଷ୍ଟ୍ରପତି ଭବନକୁ ଅନୁମୋଦନ ପାଇଁ ପଠାଇଥିଲା । କେନ୍ଦ୍ରର ଅନୁମୋଦନ ପରେ ଆଜି ନୂଆ ବିଚାରପତିମାନେ ଶପଥ ନେଇଛନ୍ତି ।

ଏହି ୫ ଜଣ ହେଲେ ଜଷ୍ଟିସ ପଙ୍କଜ ମିଥଲ (ରାଜସ୍ଥାନ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି), ଜଷ୍ଟିସ୍ ସଞ୍ଜୟ କାରୋଲ (ପାଟନା ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି), ପି.ଭି. ସଞ୍ଜୟ କୁମାର (ମଣିପୁର ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି), ଅହସାନୁଦ୍ଦିନ ଅମାନୁଲ୍ଲା (ପାଟନା ହାଇକୋର୍ଟର ପୂର୍ବତନ ବିଚାରପତି) ଏବଂ ମନୋଜ ମିଶ୍ର (ଆହ୍ଲାବାଦ ହାଇକୋର୍ଟର ପୂର୍ବତନ ବିଚାରପତି) । ଏହି ୫ ଜଣ ବିଚାରପତି ଶପଥ ନେବା ପରେ ସୁପ୍ରିମକୋର୍ଟରେ ଥିବା ବିଚାରପତିଙ୍କ ସଂଖ୍ୟା ୩୨ରେ ପହଞ୍ଚିଛି ।

Leave A Reply

Your email address will not be published.