ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ପ୍ରକାଶ ପାଇଲା ଜେଇଇ ମେନ୍‌-୨୦୨୩ ପରୀକ୍ଷା ଫଳ

0

ଭୁବନେଶ୍ବର: ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନେସ୍‌ନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍‌-୨୦୨୩ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ଏବେ ସେମାନଙ୍କ ଫଳାଫଳ jeemain.nta.nic.in ଜରିଆରେ ଦେଖିପାରିବେ।

ଚଳିତ ବର୍ଷ ଜାନୁଆରୀ ୨୪ରୁ  ଫେବୃଆରୀ ୧ ଯାଏଁ ପରୀକ୍ଷା ହୋଇଥିଲା ।ଯାହାର ଫଳ ଆଜି ପ୍ରକାଶ ପାଇଛି । ଚଳିତବର୍ଷ ସମୁଦାୟ ୮.୬ ଲକ୍ଷ ପରୀକ୍ଷାର୍ଥୀ ପେପର୍‌-୧ ପରୀକ୍ଷା ଦେଇଥିବା ‌ବେଳେ ୦.୪୬ ଲକ୍ଷ ପରୀକ୍ଷାର୍ଥୀ ପେପର୍‌-୨ ପରୀକ୍ଷା ଦେଇଥିଲେ। ଏନ୍‌ଟିଏ ଏହି ପ୍ରବେଶିକା ପରୀକ୍ଷା ଆରମ୍ଭ କରିବା ପରଠାରୁ ଏବର୍ଷ ସର୍ବାଧିକ ୯୫.୭୯ ପ୍ରତିଶତ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।

ପରୀକ୍ଷା ୱେବ୍‌ସାଇଟ୍‌ରେ ଜେଇଇ ମେନ୍‌ ୨୦୨୩ର ଉତ୍ତର ବି ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ରେଜଲ୍ଟ ଓ ଉତ୍ତରକୁ ୱେବ୍‌ସାଇଟ୍‌ ଜରିଆରେ ଡାଉନ୍‌ଲୋଡ କରିପାରିବେ। ରେଜଲ୍ଟ ଜାଣିବା ପାଇଁ ନିଜର ଆପ୍ଲିକେସନ ନମ୍ବର ଏବଂ ଜନ୍ମ ତାରିଖକୁ ପାସଓ୍ବାର୍ଡ ଭାବେ ବ୍ୟବହାର କରି ଲଗଇନ୍ କରି ପାରିବେ ।

Leave A Reply

Your email address will not be published.