ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

0

ପୁରୀ; ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର। ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ହିଙ୍ଗୁଳ, ହରିତାଳ, କସ୍ତୁରୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯିବା ପରେ ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

Leave A Reply

Your email address will not be published.