ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ନବ ଦାସଙ୍କ ସ୍ମୃତିସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

0

ଝାରସୁଗୁଡ଼ା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ମୃତିସଭାରେ ପହଞ୍ଚି ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ ନବଦାସଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହାପୂର୍ବରୁ ସେ ନବ କିଶୋର ଦାସଙ୍କ ପତ୍ନୀ ଝିଅ ଦିପାଳି ଓ ପୁଅ ବିଶାଲଙ୍କୁ ଭେଟି ସମବେଦନା ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ସ୍ମୃତିସଭାକୁ ଯାଇଥିଲେ। ଝାରସୁଗୁଡ଼ାର ସରବାହାଲଠାରେ ଆୟୋଜିତ ଏହି ସ୍ମୃତିସଭାରେ ରାଜ୍ୟ ମନ୍ତ୍ରିମଣ୍ଡଳର ଅଧିକାଂଶ ସଦସ୍ୟ ଓ ବିଧାୟକ ଉପସ୍ଥିତ ରହି ନବ ଦାସଙ୍କ ସ୍ମୃତିଚାରଣ କରିଥିଲେ।

ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ  ଆଖି ଆଗରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ ଟ୍ରାଫିକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଝାରସୁଗୁଡ଼ା  ବସ୍‌ଷ୍ଟାଣ୍ଡରୁ  ସରବାହଲ ହାଇସ୍କୁଲ ପର୍ଯ୍ୟନ୍ତ ରାସ୍ତାରେ ଭାରୀଯାନ ଚଳାଚଳ ବନ୍ଦ ରହିଛି। ପୁଲିସ ପକ୍ଷରୁ ୧୨ ପଏଣ୍ଟରେ ନାକା ଲଗାଯାଇଚି। ସହରରେ ଟ୍ରାଫିକ ସ୍ବାଭାବିକ ରହିଛି। ଯେଭଳି ସଧାରଣ ଲୋକ ପ୍ରଭାବିତ ନହେବେ ସେଥିପ୍ରତି ଦୃଷ୍ଟି ଦିଆଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୨୫ ପ୍ଲାଟୁନରୁ ଅଧିକ ପୁଲିସ ଫୋର୍ସ ମୁତୟନ କରାଯାଇଛି।

Leave A Reply

Your email address will not be published.