ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ପୁନଃବିକଶିତ ହେବ ସୁଆଣ୍ଡୋ

0
  • ୫ଟି ସଚିବଙ୍କ ସୁଆଣ୍ଡୋ ପରିଦର୍ଶନ
  • ଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ର ପୁନରୁଦ୍ଧାର ଓ ପ୍ରତିଷ୍ଠା .

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣି ଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର ଶିବ ମନ୍ଦିର ଜରାଜୀର୍ଣ୍ଣ ଅବସ୍ଥାରେ ଥିଲା। ସୁଆଣ୍ଡୋ ବାସୀଙ୍କ ଅନୁରୋଧ କ୍ରମେ ଲୋକେଶ୍ୱର ମନ୍ଦିରର ପୁନଃନିର୍ମାଣ କାର୍ଯ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ସମ୍ପନ୍ନ କରାଯାଇଛି। ଏହାର ପ୍ରତିଷ୍ଠା ଉତ୍ସବ ଆଜି ଅନୁଷ୍ଠିତ ହୋଇଥିଲା ଏବଂ ଏଥିରେ ଶ୍ରୀ ପାଣ୍ଡିଆନ ଯୋଗ ଦେଇ ପୂର୍ଣ୍ଣାହୁତିରେ ମଧ୍ୟ ଅଂଶଗ୍ରହଣ କରିଥିଲେ ।

ପରେ ଶ୍ରୀ ପାଣ୍ଡିଆନ ଉତ୍କଳମଣିଙ୍କ ଷଠୀଘର, ଢିଙ୍କିଶାଳ ଆଦିର ସଂରକ୍ଷଣ କାର୍ଯ୍ୟ ପରିଦର୍ଶନ କରିବା ସହିତ ଗାଁ ପୋଖରୀର ପୁର୍ନରୁଦ୍ଧାର କାର୍ଯ୍ୟ ତଥା ସଂଗ୍ରହାଳୟ କାର୍ଯ୍ୟ ବୁଲି ଦେଖିଥିଲେ ଏବଂ କାର୍ଯ୍ୟର ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଥିଲେ । ସେବା ଓ ସଂଗ୍ରାମର ପ୍ରତୀକ ଉତ୍କଳମଣି ଓଡିଆ ଜନମାନସର ଅଦ୍ବିତୀୟ ନେତା । ଦେଶ ପାଇଁ, ଜାତି ପାଇଁ ତାଙ୍କର ତ୍ୟାଗ ଆଜି ତାଙ୍କୁ ଅମର କରି ରଖିଛି। ଗୋପବନ୍ଧୁଙ୍କ ଜନ୍ମସ୍ଥାନ ଏବଂ ସୁଆଣ୍ଡୋ ର ବିକାଶ କାର୍ଯ୍ୟ ପଣ୍ଡିତ ଗୋପବନ୍ଧୁଙ୍କ ପରିବାର ତଥା ସୁଆଣ୍ଡୋ ଜନସାଧାରଣଙ୍କ ସହଯୋଗରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଗାମୀ ୨୩ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋର ପୁନଃବିକଶିତ ଜନ୍ମ ପୀଠର ଲୋକାର୍ପଣ କରିବେ।

Leave A Reply

Your email address will not be published.