ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୪ ହାଇକୋର୍ଟ ପାଇଁ ମୁଖ୍ୟ ବିଚାରପତିମାନଙ୍କୁ ନିଯୁକ୍ତି

0

ନୂଆଦିଲ୍ଲୀ: ଆଜି ଦେଶର ୪ଟି ହାଇକୋର୍ଟ ପାଇଁ ମୁଖ୍ୟ ବିଚାରପତିମାନଙ୍କୁ ନିଯୁକ୍ତି ମିଳିଥିବା କଥା କେନ୍ଦ୍ର ଆଇନ ମନ୍ତ୍ରୀ କିରେନ୍‌ ରିଜିଜୁ କହିଛନ୍ତି। ଟୁଇଟ୍‌ କରି କେନ୍ଦ୍ର ଆଇନ ମନ୍ତ୍ରୀ ଲେଖିଛନ୍ତି: ଭାରତର ସମ୍ବିଧାନ ବ୍ୟବସ୍ଥା ଅନୁସାରେ, ନିମ୍ନ ଲିଖିତ ବିଚାରପତିମାନଙ୍କୁ ବିଭିନ୍ନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ସେମାନଙ୍କୁ ଶୁଭେଚ୍ଛା ଜଣାଉଛି।

ସୂଚନା ଅନୁସାରେ, ରାଜସ୍ଥାନ ହାଇକୋର୍ଟର ବିଚାରପତି ସନ୍ଦୀପ ମେହେଟ୍ଟାଙ୍କୁ ଗୌହାଟି ହାଇକୋର୍ଟର ମୁଖ୍ୟ ବିଚାରପତି, ଓଡ଼ିଶା ହାଇକୋର୍ଟର ବିଚାରପତି ଯଶୱନ୍ତ ସିଂହଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେହିପରି, ଗୌହାଟି ହାଇକୋର୍ଟର ବିଚାରପତି ଏନ୍‌. କୋଟିଶ୍ବର ସିଂହଙ୍କୁ ଜମ୍ମୁ ଓ କଶ୍ମୀର ଓ ଲଦାଖ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି।

ଏହାଛଡ଼ା, ଗୁଜରାଟ ହାଇକୋର୍ଟର ବିଚାରପତି ସୋନିଆ ଗିରିଧର ଗୋକାନୀଙ୍କୁ ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଅରବିନ୍ଦ କୁମାରଙ୍କୁ ସୁପ୍ରିମ୍‌ କେର୍ଟ ର ବିଚାରପତି ଭାବେ ପଦୋନ୍ନତି ମିଳିବା ପରେ ବିଚାରପତି ସୋନିଆ ଗିରିଧର ଗୋକାନୀଙ୍କୁ ଗୁଜରାଟ ହାଇକୋର୍ଟର କାର୍ଯ୍ୟନିର୍ବାହୀ ମୁଖ୍ୟ ବିଚାରପତି ନିଯୁକ୍ତ କରାଯାଇଥିଲା।

Leave A Reply

Your email address will not be published.