ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ-କୋଣାର୍କ ମେରାଇନ ଡ୍ରାଇଭରେ ଦୁର୍ଘଟଣା: ୨ ମୃତ ୧୨ ଆହତ

0

ପୁରୀ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୧୨ ଜଣ ଆହତ ହୋଇଥିବା ଜଣାଯାଇଛି। ଦୁଇ ମୃତକ ହେଲେ ଅଟୋଚାଳକ ଓ ସେଥିରେ ବସିଥିବା ମହିଳା ଯାତ୍ରୀ। ଆହତଙ୍କ ମଧ୍ୟରୁ ୭ ଗୁରୁତର ଥିବା କୁହାଯାଉଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବାର ସୂଚନା ମିଳିଛି।

ସୂଚନା ଅନୁଯାୟୀ, ବାଲିଘାଇ ନିକଟସ୍ଥ ଘରୋଇ ଇଞ୍ଜିନିୟରିଂ କଲେଜ ନିକଟରେ ଟାଭେରା, ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ୫ଜଣ ପୁରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ମୃତକ ୨ ଜଣ ହେଲେ ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲ୍ଲାର ଆମୁଲୁ ଓ ପୁରୀ ଧୋବା ସାହିର ରାଜେଶ। ବାଇକରେ ଜଣେ ବ୍ୟକ୍ତି ତାଙ୍କ ପୁଅକୁ ସ୍କୁଲକୁ ନେଇଥିବା ବେଳେ ହଠାତ ଚକ ଫାଟି ଯାଇଥିଲା । ଫଳରେ ଭାରସାମ୍ୟ ହରାଇ ସେ ଅଟୋ ସହ ଧକ୍କା ଦେଇଥିଲେ । ଏହି ସମୟରେ ପର୍ଯ୍ୟଟକଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଟାଭେରାଟି ସେମାନଙ୍କୁ ଧକ୍କା ଦେଇଥିଲା ।

Leave A Reply

Your email address will not be published.