ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପୁରୀ-କୋଣାର୍କ ମେରାଇନ ଡ୍ରାଇଭରେ ଦୁର୍ଘଟଣା: ୨ ମୃତ ୧୨ ଆହତ

0

ପୁରୀ: ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୧୨ ଜଣ ଆହତ ହୋଇଥିବା ଜଣାଯାଇଛି। ଦୁଇ ମୃତକ ହେଲେ ଅଟୋଚାଳକ ଓ ସେଥିରେ ବସିଥିବା ମହିଳା ଯାତ୍ରୀ। ଆହତଙ୍କ ମଧ୍ୟରୁ ୭ ଗୁରୁତର ଥିବା କୁହାଯାଉଛି। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବାର ସୂଚନା ମିଳିଛି।

ସୂଚନା ଅନୁଯାୟୀ, ବାଲିଘାଇ ନିକଟସ୍ଥ ଘରୋଇ ଇଞ୍ଜିନିୟରିଂ କଲେଜ ନିକଟରେ ଟାଭେରା, ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ଅନ୍ୟ ୫ଜଣ ପୁରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ମୃତକ ୨ ଜଣ ହେଲେ ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲ୍ଲାର ଆମୁଲୁ ଓ ପୁରୀ ଧୋବା ସାହିର ରାଜେଶ। ବାଇକରେ ଜଣେ ବ୍ୟକ୍ତି ତାଙ୍କ ପୁଅକୁ ସ୍କୁଲକୁ ନେଇଥିବା ବେଳେ ହଠାତ ଚକ ଫାଟି ଯାଇଥିଲା । ଫଳରେ ଭାରସାମ୍ୟ ହରାଇ ସେ ଅଟୋ ସହ ଧକ୍କା ଦେଇଥିଲେ । ଏହି ସମୟରେ ପର୍ଯ୍ୟଟକଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଟାଭେରାଟି ସେମାନଙ୍କୁ ଧକ୍କା ଦେଇଥିଲା ।

Leave A Reply

Your email address will not be published.