ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବଦଳିଲେ ୧୨ ରାଜ୍ୟର ରାଜ୍ୟପାଳ

0

ନୂଆଦିଲ୍ଲୀ; ୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ।

ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତଙ୍କ ଇସ୍ତଫାକୁ ସ୍ୱୀକାର କରିନେବା ସହ ଝାଡଖଣ୍ଡର ରାଜ୍ୟପାଳ ଥିବା ରମେଶ ବୈଶଙ୍କୁ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି । ସେପଟେ ଆସାମର ରାଜ୍ୟପାଳ ଭାବେ ଗୁଲାବ ଚନ୍ଦ୍ର କଟାରିଆ, ଶିବ ପ୍ରସାଦ ଶୁକ୍ଳାଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ, ଲେଫ୍ଟନାଣ୍ଟ ଜେନେରାଲ କୈବଲ୍ୟ ତ୍ରିବିକ୍ରମ ପରନାୟକଙ୍କୁ ଅରୁଣାଚଳପ୍ରଦେଶ, ମଣିପୁରର ରାଜ୍ୟପାଳ ଭାବେ ଅନୁସୂୟା ୱିକି, ନାଗାଲାଣ୍ଡର ରାଜ୍ୟପାଳ ଭାବେ ଏଲ୍‌, ଗଣେଶନ, ମେଘାଳୟର ରାଜ୍ୟପାଳ ଭାବେ ଫାଗୁ ଚୌହ୍ୱାନ, ବିହାରର ରାଜ୍ୟପାଳ ଭାବେ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର, ଆନ୍ଧ୍ରପଦେଶର ରାଜ୍ୟପାଳ ଭାବେ ପୂର୍ବତନ ବିଚାରପତି ଏସ. ଅବଦୁଲ ନଜୀର, ଝାଡଖଣ୍ଡର ରାଜ୍ୟପାଳ ଭାବେ ସିପି ରାଧାକୃଷ୍ଣନ, ସିକ୍କିମର ରାଜ୍ୟପାଳ ଭାବେ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଅନ୍ୟପଟେ ଲଦାଖ ଉପରାଜ୍ୟପାଳ ରାଧାକ୍ରିଷ୍ଣନ୍ ମାଥୁର୍‌ଙ୍କ ଇସ୍ତଫା ଗୃହୀତ ହୋଇଛି। ତାଙ୍କ ସ୍ଥାନରେ ଅରୁଣାଚଳ ପ୍ରଦେଶ ରାଜ୍ୟପାଳ ବି.ଡି ମିଶ୍ରାଙ୍କୁ ଉପରାଜ୍ୟପାଳ ଭାବେ ଦାୟିତ୍ୱ ମିଳିଛି।

Leave A Reply

Your email address will not be published.