ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ଆଜି ଶପଥ ନେଲେ ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି

0

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ୨ ଜଣ ନୂଆ ବିଚାରପତି ରାଜେଶ ବିନ୍ଦଲ୍‌ ଓ ଅରବିନ୍ଦ କୁମାର ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟରେ ପ୍ରଧାନ ବିଚାପତିଙ୍କ ସମେତ ମୋଟ ୩୪ଟି ବିଚାରପତି ଆସନ ରହିଛି। ଆଜି ପୂର୍ବାହ୍ନ ୧୦.୩୦ରେ ସୁପ୍ରିମ୍‌ କୋର୍ଟର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ନବ ନିଯୁକ୍ତ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି।

ନିୟମାନୁସାରେ, ପ୍ରଧାନ ବିଚାରପତିଙ୍କୁ ମିଶାଇ ସୁପ୍ରିମ୍‌ କୋର୍ଟର ସମୁଦାୟ ବିଚାରପତି ସଂଖ୍ୟା ହେଉଛି ୩୪। ଦୀର୍ଘ ୯ ମାସର ବ୍ୟବଧାନ ପରେ ଆଜି ସୁପ୍ରିମ୍‌ କୋର୍ଟରେ ବିଚାରପତି ସଂଖ୍ୟା ପୂର୍ଣ୍ଣତା ହାସଲ କରିଛି। ସୁପ୍ରିମ୍‌ କୋର୍ଟର ବିଚାରପତି ଭାବେ ପଦୋନ୍ନତି ପାଇବା ପୂର୍ବରୁ ବିଚାରପତି ବିନ୍ଦଲ୍‌ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଏବଂ ବିଚାରପତି କୁମାର ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ। ଫେବ୍ରୁଆରି ୧୦ ତାରିଖ ଦିନ କେନ୍ଦ୍ର ସରକାର ସେମାନଙ୍କ ନାମ ଅନୁମୋଦନ କରିଥିଲେ।

ସୂଚନା‌ଯୋଗ୍ୟ, ଫେବ୍ରୁଆରି ୬ ତାରିଖ ଦିନ ସୁପ୍ରିମ୍‌ କୋର୍ଟରେ ୫ଜଣ ବିଚାରପତି ନିଯୁକ୍ତ ହୋଇଥିଲେ। ସୁପ୍ରିମ୍‌ କୋର୍ଟର ପ୍ରଧାନ ବିଚାରପତି ଡି. ୱାଇ. ଚନ୍ଦ୍ରଚୂଡ଼ ସେମାନଙ୍କୁ ଶପଥ ପାଠ କରାଇଥିଲେ। ସେମାନେ ହେଉଛନ୍ତି ବିଚାରପତି ପଙ୍କଜ ମିତଲ୍‌, ସଞ୍ଜୟ କାରୋଲ୍‌, ପି. ଭି. ସଞ୍ଜୟ କୁମାର, ଅଶାନୁଦ୍ଦୀନ ଅମନୁଲ୍ଲା ଏବଂ ମନୋଜ ମିଶ୍ରା।

Leave A Reply

Your email address will not be published.