ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ

0

କେନ୍ଦୁଝର: କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ଉଠାଇଛନ୍ତି।

୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ମେଡ଼ିକାଲ୍ କଲେଜ । ଏଥିରେ ପ୍ରଥମ ବର୍ଷରେ ୧୦୦ଟି ଏମବିବିଏସ୍ ସିଟରେ ଆଡମିଶନ ହୋଇଛି । ୨୦୧୬ରେ ଧରଣୀ ଧର ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ଖୁବଶୀଘ୍ର ସମସ୍ତ ବିଭାଗ କାର୍ଯ୍ୟକ୍ଷମ ହେବା ସହିତ, ଆଦିବାସୀ ବହୁଳ କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ ମିଳିପାରିବ ଉନ୍ନତମାନର ସ୍ବାସ୍ଥ୍ୟସେବା

ମେଡିକାଲ କଲେଜ ଉଦଘାଟନ ପରେ ୪ହଜାର ୭୦୩ କୋଟି ଟଙ୍କାର ପ୍ରକଳ୍ପର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୪ହଜାର ୩୭୨ଟି ଏସଏଚଜି ଗ୍ରୁପକୁ ସହାୟତା ପ୍ରଦାନ କରିଛନ୍ତି । ବିନା ସୁଧରେ ୩୭୮କୋଟି ଟଙ୍କାର ଋଣ ସହାୟତା । ୧ଲକ୍ଷ ୫୮ହଜାର ୬୫୫ କୋଟି ମହିଳା ସ୍ୱାବଲମ୍ବୀ ହେବେ ।

Leave A Reply

Your email address will not be published.