ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ

0

କେନ୍ଦୁଝର: କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ସେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ ଉଠାଇଛନ୍ତି।

୩୮୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ମେଡ଼ିକାଲ୍ କଲେଜ । ଏଥିରେ ପ୍ରଥମ ବର୍ଷରେ ୧୦୦ଟି ଏମବିବିଏସ୍ ସିଟରେ ଆଡମିଶନ ହୋଇଛି । ୨୦୧୬ରେ ଧରଣୀ ଧର ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ । ଖୁବଶୀଘ୍ର ସମସ୍ତ ବିଭାଗ କାର୍ଯ୍ୟକ୍ଷମ ହେବା ସହିତ, ଆଦିବାସୀ ବହୁଳ କେନ୍ଦୁଝର ଜିଲ୍ଲାର ଜନସାଧାରଣଙ୍କୁ ମିଳିପାରିବ ଉନ୍ନତମାନର ସ୍ବାସ୍ଥ୍ୟସେବା

ମେଡିକାଲ କଲେଜ ଉଦଘାଟନ ପରେ ୪ହଜାର ୭୦୩ କୋଟି ଟଙ୍କାର ପ୍ରକଳ୍ପର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୪ହଜାର ୩୭୨ଟି ଏସଏଚଜି ଗ୍ରୁପକୁ ସହାୟତା ପ୍ରଦାନ କରିଛନ୍ତି । ବିନା ସୁଧରେ ୩୭୮କୋଟି ଟଙ୍କାର ଋଣ ସହାୟତା । ୧ଲକ୍ଷ ୫୮ହଜାର ୬୫୫ କୋଟି ମହିଳା ସ୍ୱାବଲମ୍ବୀ ହେବେ ।

Leave A Reply

Your email address will not be published.