ପ୍ରମୁଖ ଖବର

ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ
ସୁଜାତାଙ୍କ ପାଖରେ ଥିବା ଦୁଇ ବିଭାଗର ଦାୟିତ୍ୱ ଶାଳିନୀ ପଣ୍ଡିତଙ୍କୁ ଦିଆଯାଇଛି
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ
ଆସନ୍ତା ୧୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପ୍ରାର୍ଥିପତ୍ର ପତ୍ର ଦାଖଲ କରିବେ
ଶନିବାର ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଘସିପୁରା ବିଧାନସଭା ଆସନରେ ସ୍ୱାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ମାନ୍ୟତା ପତ୍ର ପିଲାମାନଙ୍କୁ ଦେଲେ

0
  • କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
  • ପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର
  • ୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ
  • ରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନ
  • ଚାଷୀ, ମହିଳା ଓ ଯୁବସମାଜ ଆମର ତ୍ରିଶକ୍ତି, ଆମ ପ୍ରଗତିର ସାରଥୀ – ମୁଖ୍ୟମନ୍ତ୍ରୀ

କେନ୍ଦୁଝର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଗସ୍ତ କରି ସେଠାରେ ନବନିର୍ମିତ ଧରଣୀଧର ମେଡିକାଲ କଲେଜ ଓ ହସ୍‌ପିଟାଲର ଲୋକାର୍ପଣ କରିଛନ୍ତି। ଏହାପରେ ଧରଣୀଧର କଲେଜକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶ୍ବବିଦ୍ୟାଳୟ ମାନ୍ୟତା ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ସ୍ବୟଂ ଏହି ମାନ୍ୟତା ପତ୍ର ପିଲାମାନଙ୍କୁ ଦେବାକୁ ଚାହାନ୍ତି ବୋଲି ଶ୍ରୀ ପାଣ୍ଡିଆନ ପ୍ରକାଶ କରିଥିଲେ। ଆନନ୍ଦ, ଉଲ୍ଲାସ ମଧ୍ୟରେ ଛାତ୍ରଛ୍ରତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ବିଶ୍ବବିଦ୍ୟାଳୟ ମାନ୍ୟତାର ନିର୍ଦ୍ଦେଶନାମା ଦେଖାଇଥିଲେ ।

କେନ୍ଦୁଝରରେ ମେଡିକାଲ କଲେଜ ସହ ଏକ କ୍ୟାନସର ଚିକିତ୍ସା କେନ୍ଦ୍ର ଓ ନର୍ସିଂ କଲେଜ ପାଇଁ ଭିତ୍ତିଭୂମି ଦିଆଯାଇଛି ଏବଂ ଏହା ଖୁବଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ଡାକ୍ତର ଅଭାବ ଦୂର ହେବା ସହିତ ଜିଲ୍ଲାରେ ଉନ୍ନତମାନର ଚିକିତ୍ସା ସୁବିଧା ମିଳିପାରିବ ଏବଂ ଜିଲ୍ଲାବାସୀ ଆଉ କଟକ-ଭୁବନେଶ୍ବର ଯାଇ ହଇରାଣ ହେବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ସବୁ ଜୀବନ ମୋ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନୀତିରେ ରାଜ୍ୟର ସ୍ବାସ୍ଥ୍ୟସେବାର ବିକାଶ କରାଯାଉଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାରା ରାଜ୍ୟରେ ୮ ଲକ୍ଷ ୩୦ ହଜାର ୭୭୩ ଲୋକ ଉପକୃତ ହୋଇଥିବା ବେଳେ ଏଥିପାଇଁ ୧୮୨୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି । କେବଳ କେନ୍ଦୁଝରରେ ୨୪ ହଜାର ଲୋକ ଉପକାର ପାଇଛନ୍ତି ଏବଂ ୪୭ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ପାଇଁ ୪୭୦୩ କୋଟି ଟଙ୍କାର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୧୦୩ କୋଟି ଟଙ୍କାର ୧୩୮ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ଦିଆଯାଇଥିବା ବେଳେ, ୮୬୮ କୋଟି ଟଙ୍କାର ୯୮ଟି ପ୍ରକଳ୍ପ ଉଦ୍‌ଘାଟନ କରାଯାଇଥିଲା ଏବଂ ୨୭୩୧ କୋଟି ଟଙ୍କାର ୨୩ଟି ନୂଆ ପ୍ରକଳ୍ପ ପାଇଁ ଘୋଷଣା ରହିଛି । ଜିଲ୍ଲାରେ ୧୪,୩୭୨ ମିଶନ ଶକ୍ତି ଗୋଷ୍ଠୀ ଜରିଆରେ ୧.୬୦ ଲକ୍ଷ ମହିଳା ସ୍ବାବଲମ୍ବୀ ହୋଇପାରିଛନ୍ତି । ସେମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୩୭୮ କୋଟି ଟଙ୍କାର ସୁଧବିହୀନ ଋଣ ପ୍ରଦାନ ବ୍ୟବସ୍ଥା କରାଯାଇଛି । ବାଂଶପାଳର ବଣପୁଷ୍ପ ସ୍ବୟଂ ସହାୟକ ଗୋଷ୍ଠୀକୁ ମୁଖ୍ୟମନ୍ତ୍ରୀ ୨୦ ଲକ୍ଷ ଟଙ୍କାର ଋଣ ଚେକ୍‌ ଆକାରରେ ପ୍ରଦାନ କରିଥିଲେ ଏବଂ ଘଷିପୁରାର ବିଜୟା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୫,୭୫୭ ଟଙ୍କାର ସୁଧ ରିହାତି ପ୍ରଦାନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମା ମାନେ ରାଜ୍ୟର ସୁନାମ ବୃଦ୍ଧି କରିଛନ୍ତି । ସେମାନଙ୍କୁ ଉଦ୍ୟୋଗୀ କରିବା ମୋର ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ଯେ ଏହି ଅର୍ଥରେ ସେମାନେ ଭଲ ବିଜିନେସ୍‌ କରି ନିଜର, ନିଜ ପରିବାରର ଓ ନିଜ ଅଞ୍ଚଳର ଆର୍ଥିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ, ମହିଳା ଓ ଯୁବସମାଜ ଆମ ରାଜ୍ୟର ତ୍ରିଶକ୍ତି । ଏମାନେ ହିଁ ଆମ ରାଜ୍ୟର ପ୍ରଗତୀର ସାରଥୀ ଏବଂ ଏକ ବିକଶିତ ଓଡିଶାର ସ୍ବପ୍ନକୁ ପୂରଣ କରିବାରେ ଏହି ତ୍ରିଶକ୍ତି ହିଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନୂଆ ମେଡିକାଲ କଲେଜର ଅଡିଟୋରିଅମରେ ଛାତ୍ରଛାତ୍ରୀ ମାନଙ୍କ ସହ ଭାବ ଆଦାନପ୍ରଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅର୍ଥ ତଥା ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର, କେନ୍ଦୁଝର ବିଧାୟକ ଶ୍ରୀ ମୋହନ ଚରଣ ମାଝୀ, ଆନନ୍ଦପୁର ବିଧାୟକ ଶ୍ରୀ ଭାଗିରଥୀ ସେଠୀ ଓ ତେଲକୋଇ ବିଧାୟକ ଶ୍ରୀ ପ୍ରେମାନନ୍ଦ ନାଏକ, ଚମ୍ପୁଆ ବିଧାୟକ ଶ୍ରୀମତୀ ମିନାକ୍ଷୀ ମହନ୍ତ, କେନ୍ଦୁଝର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ଜଗନ୍ନାଥ ନାୟକ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁ ପ୍ରମୁଖ ଯୋଗ ଦେଇ ନିଜ ନିଜର ଅଭିଭାଷଣ ରଖିଥିଲେ ।

Leave A Reply

Your email address will not be published.