ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

୧୫ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମଂଜୁରୀ

0

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ୧୫ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମଂଜୁରୀ।ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ବଜେଟ୍‌କୁ ଅନୁମୋଦନ। ଆର୍ଥିକ ବର୍ଷ ୨୦୨୩-୨୪ ଲାଗି ବଜେଟ୍‌କୁ ମିଳିଲା ମଂଜୁରୀ। ପ୍ରାୟ ୨,୩୦,୦୦୦ କୋଟି ଟଙ୍କାର ବଜେଟ୍‌କୁ ମଂଜୁରୀ।

ଉଲ୍ଲେଖଯୋଗ୍ୟ; ରାଜ୍ୟ କ୍ୟାବିନେଟରେ ୧୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିଛି ମୋହର । ଏଥିରେ ତୃତୀୟଲିଙ୍ଗୀ ସନ୍ତାନଙ୍କୁ ମିଳିବ ପରିବାର ପେନସନ । ଏକମାତ୍ର ଉତ୍ତରାଧିକାରୀ ହୋଇଥିଲେ ଅବିବାହିତ ଝିଅ ଭାବେ ବିବେଚିତ ହୋଇ ପରିବାର ପେନସନ ପାଇବାକୁ ଯୋଗ୍ୟ ବିବେଚିତ ହେବେ । ଓଡ଼ିଶା ପେନସନ ରୁଲ ୧୯୯୨ରେ ସଂଶୋଧନକୁ ମିଳିଛି କ୍ୟାବିନେଟ ଅନୁମୋଦନ । ଜେଲରେ କୌଣସି କାରଣରୁ କଏଦୀଙ୍କ ମୃତ୍ୟୁ ହେଲେ ସମ୍ପର୍କୀୟଙ୍କୁ ମିଳିବ କ୍ଷତିପୂରଣ । ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଙ୍କ ଲାଗି ୧୦୦ ସିଟ୍ ବିଶିଷ୍ଟ ୨୩୭ଟି ହଷ୍ଟେଲ ନିର୍ମାଣ ପ୍ରସ୍ତାବକୁ ମିଳିଛି ଅନୁମୋଦନ ।

ସେହିପରି ଗଣଶିକ୍ଷା ବିଭାଗରେ ଛୁଟି ବା ଟ୍ରେନିଂରେ ଯିବା ପରେ ଖାଲି ପଡୁଥିବା ପଦବୀ ପୂରଣ ଲାଗି ଲିଭ ଆଣ୍ଡ ଟ୍ରେନିଂ ରିଜର୍ଭ ପୋଷ୍ଟ ତିଆରି ହୋଇଛି । ବିମାନ ଇନ୍ଧନରେ ଭାଟ୍ ୧%କୁ ହ୍ରାସ କରାଯାଇଛି । ଫଳରେ ବିମାନ, ହେଲିକପ୍ଟର, ସିପ୍ଲେନ, ରାଜ୍ୟ ଭିତରେ ଥିବା ଯେକୌଣସି ଜାଗାକୁ ଉଡ଼ିବା ଖର୍ଚ୍ଚ କମିବ । ଏମଏସଏମଇ ଉନ୍ନୟନ ନୀତି ୨୦୧୬ରେ ସଂଶୋଧନ ସହା ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ ଅଣାଯାଇଛି । ଭୁବନେଶ୍ୱରରେ ଜଳ ଯୋଗାଣ ପାଇଁ ପ୍ରତିଷ୍ଠା ହେବ ଟ୍ରିଟମେଣ୍ଟ ପ୍ଲାଣ୍ଟ । ୧୩୦ ମିଲିୟନ ଲିଟର କ୍ଷମତାବିଶିଷ୍ଟ ଜଳ ବିଶୋଧନ ପ୍ଲାଣ୍ଟ ଲାଗି ଟେଣ୍ଡରକୁ ଅନୁମୋଦନ ମିଳିଛି ।

ସମ୍ବଲପୁରରେ ତ୍ରିଲୋଚନ ନେତ୍ରାଳୟ ପାଇଁ ୫ଏକର ଅନୁମୋଦିତ କରିଛି କ୍ୟାବିନେଟ । ସେହିପରି ଜଟଣୀରେ ଶ୍ରୀ ଭିଲେ ପାର୍ଲେ କେଲାବାଣୀ ମଣ୍ଡଲ ବିଶ୍ବବିଦ୍ୟାଳୟ ରାଜ୍ୟ ସରକାର ଜମି ଯୋଗାଇବେ । ଜଳ ସମ୍ପଦ ବିଭାଗର ଡ୍ରେନେଜ ଉନ୍ନତିକରଣ ଯୋଜନାକୁ ଅନୁମୋଦନ ମିଳିଛି । ବିଭାଗର ଏହି ନୂଆ ଯୋଜନା ଲାଗି କ୍ୟାବିନେଟରେ ଅର୍ଥ ମଧ୍ୟ ବ୍ୟୟବରାଦ ହୋଇଛି । ଡ୍ରିମସ୍ ବିଶ୍ବବିଦ୍ୟାଳୟ ୨୦୨୨ ବିଲରେ ସଂଶୋଧନ ପ୍ରସ୍ତାବକୁ ବି ମିଳିଛି ଅନୁମୋଦନ ।କ୍ୟାବିନେଟ ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରୀ ପରିଷଦ ବୈଠକରେ ୨୦୨୩-୨୪ର ବାର୍ଷିକ ବଜେଟକୁ ଅନୁମୋଦନ ମିଳିଛି । ଚଳିତ ବଜେଟର ଆକାର ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ଛୁଇଁବ ବୋଲି ଆକଳନ କରାଯାଇଛି ।

Leave A Reply

Your email address will not be published.