ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ଆରମ୍ଭ ହୋଇଯାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା

0

ଭୁବନେଶ୍ବର; ଆଜି ଠାରୁ ଆରମ୍ଭ ହୋଇଯାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା। ସକାଳ ସାଢେ଼ ୧୦ଟାରୁ ଦିନ ସାଢେ଼ ଗୋଟାଏ ଯାଏ ଚାଲିଥିଲା ଏହି ପରୀକ୍ଷା । ପରୀକ୍ଷାର୍ଥୀ ମାନେ ୧୦ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ଦଶମ ପରୀକ୍ଷା ୨୧ ମାର୍ଚ୍ଚ ଯାଏ ଓ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ଏପ୍ରିଲ ୫ଯାଏ ଚାଲିବ। କୋଭିଡର ଦୁଇ ବର୍ଷ ପରେ ସ୍ୱାଭାବିକ ପରିସ୍ଥିତିରେ ପୂର୍ବ ପରି ଶତ ପ୍ରତିଶତ ସିଲାବସ୍ ରେ ପିଲାମାନେ ପରୀକ୍ଷା ଦଉଛନ୍ତି।

ସାରା ଦେଶରୁ ପ୍ରାୟ ୩୯ ଲକ୍ଷ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଏଥିପାଇଁ ୭୨୫୦ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ଚଳିତବର୍ଷ ରାଜ୍ୟରେ ପ୍ରାୟ ୫୦ ହଜାର ପିଲା ପରୀକ୍ଷା ଦେଉଛନ୍ତି। ୨୧ ଲକ୍ଷ ୮୬ ହଜାର ୯୪୦ ଛାତ୍ରୀଛାତ୍ର ଦଶମ ପରୀକ୍ଷା ଦେଉଛନ୍ତି । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ୧୬ ଲକ୍ଷ ୯୬ ହଜାର ୭୭୦ ଛାତ୍ରୀଛାତ୍ର ଦେଉଛନ୍ତି । ଦଶମ ଶ୍ରେଣୀ ପରୀକ୍ଷା ୧୬ ଦିନରେ ଶେଷ ହେବ। ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଶେଷ ହେବାକୁ ୩୬ ଦିନ ଲାଗିବ ।

୭୬ ଟି ବିଷୟ ପାଇଁ ଦଶମ ଶ୍ରେଣୀ ପରୀକ୍ଷା ଏବଂ ମୋଟ ୧୧୫ ଟି ବିଷୟ ପାଇଁ ଦ୍ୱାଦଶ ଶ୍ରେଣୀ ପରୀକ୍ଷା କରାଯିବ। ଦଶମ ଶ୍ରେଣୀ ପରୀକ୍ଷା ପାଇଁ ମୋଟ ୭୨୪୦ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ବୋଲି ବୋର୍ଡ କହିଛି। ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ୬୭୫୯ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଛାତ୍ରଙ୍କ ସଂଖ୍ୟା ୧୨ ଲକ୍ଷ ୪୭ ହଜାର ୩୬୪ ଥିବାବେଳେ ଛାତ୍ରୀଙ୍କ ସଂଖ୍ୟା ୯ ଲକ୍ଷ ୩୮ ହଜାର ୫୬୬ ରହିଛି। ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଛାତ୍ରଙ୍କ ସଂଖ୍ୟା ୯ ଲକ୍ଷ ୫୧ ହଜାର ୩୩୨ ଥିବାବେଳେ ଛାତ୍ରୀଙ୍କ ସଂଖ୍ୟା ୭ ଲକ୍ଷ ୪୫ ହଜାର ୪୩୩ ରହିଛି।

Leave A Reply

Your email address will not be published.