ପ୍ରମୁଖ ଖବର

ରାଜ୍ୟପାଳଙ୍କ ପୋଲିସ୍ ଏଡିସି ହେଲେ ଆଇପିଏସ୍ ଅନୁଗୁ ଶିବା ମାରୁତି ରେଡ୍ଡୀ
ଶ୍ରୀମନ୍ଦିରରେ ୪ ମାସ ଭିତରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା : ଆଇନ ମନ୍ତ୍ରୀ
କଲୁଙ୍ଗା ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାସ୍ତାକୁ ଆସିଲେ ଗୃହବନ୍ଦୀ କରିବାକୁ ଧମକ ଦେଉଛନ୍ତି ଶୁଭେନ୍ଦୁ : ମମତା
ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମୀ ଅଧିବେଶନ
ସୌରିନ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ, ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ
ଆଉ ଅଧିକ ଦାୟିତ୍ୱ ନେଇପାରିବିନି’,- ଗଡ଼କରୀଙ୍କ ବୟାନ ପରେ ଅବସର ଚର୍ଚ୍ଚା
ଆମେରିକାର ଆର୍ଥିକ ଚାପର ଜବାବ, ହର୍ମୁଜରେ ଜାହାଜଠାରୁ ଶୁଳ୍କ ନେବ ଇରାନ

ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

0

ଢେଙ୍କାନାଳ:ଢେଙ୍କାନାଳ ଟାଉନଥାନାର ମହିଳା କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଢେଙ୍କାନାଳ ଟାଉନଥାନା ଭିଏଚ୍‌ଏଫ୍‌ ବିଭାଗରେ କାର୍ଯ୍ୟରତ ମହିଳା କନଷ୍ଟେବଳ ସୁନିତା ନାୟକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ରିଜର୍ଭ ଲାଇନ ପୁଲିସ କ୍ଵାର୍ଟରରେ ଆଜି ଭୋର ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ସୁନିତାଙ୍କ ସ୍ୱାମୀ ଗଣେଶ୍ୱର ନାୟକ ରିଜର୍ଭ ପୁଲିସରେ କାର୍ଯ୍ୟରତ ଅଛନ୍ତି। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ପାଇଁ ଏଭଳି ଘଟଣା ଘଟିଥିବା ଚର୍ଚ୍ଚା ହେଉଛି । ଆଜି ଭୋର ୪ଟାରେ ସୁନିତା ବାଥରୁମ ଯାଇଥିଲେ। ଦୀର୍ଘ ସମୟ ଧରି ବାଥରୁମ ଭିତରୁ ନବାହାରିବାରୁ ସନ୍ଦେହ ବଢିଥିଲା। ପରେ ଯାଇ ଦେଖିବାରୁ ବାଥରୁମ ନିକଟରେ ଥିବା ଆଉ ଏକ କୋଠରୀରେ ସେ ଓଢଣୀରେ ଝୁଲି ପଡିଥିଲେ।

ପରେ ଖବର ପାଇବା ପରେ ଟାଉନ ଥାନା ପୁଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ସୁନିତା ୨୦୧୧ ମସିହାରେ ବିବାହ କରିଥିଲେ। ତାଙ୍କର ୯ ବର୍ଷର ପୁଅ ଓ ୫ ବର୍ଷର ଝିଅ ଅଛନ୍ତି।

Leave A Reply

Your email address will not be published.