ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ସ୍ବର୍ଗତ ପ୍ୟାରୀ ‌ମହାପାତ୍ରଙ୍କ ଝିଅ ସିକ୍ତା ପତି କଂଗ୍ରେସରେ ସାମିଲ

0

ଭୁବନେଶ୍ବର; କଂଗ୍ରେସରେ ସାମିଲ ହେଲେ ଶିକ୍ତା ପତି। ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ‌ମହାପାତ୍ରଙ୍କ ଝିଅ ସିକ୍ତା ପତି ବୁଧବାର ଦିନ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ପ୍ୟାରିମୋହନଙ୍କ ମୃତ୍ୟୁର କିଛି ମାସ ପରେ ସିକ୍ତା ବିଜେଡିରେ ମିଶିଥିବାବେଳେ ବୁଧବାର ଦିନ ସେ ବିଜେଡି ଛାଡ଼ି କଂଗ୍ରେସରେ ମିଶିଛନ୍ତି।

ବୁଧିବାର ଦିନ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାର ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ସିକ୍ତାଙ୍କ ସମେତ ଭାରତୀୟ ରେଳ ସେବାର ପୂର୍ବତନ ଅଧିକାରୀ ହେମନ୍ତ କୁମାର ଦତ୍ତ, ରାଧାକାନ୍ତ ନାୟକ ଓ ବରିଷ୍ଠ ଆଇନଜୀବୀ ପ୍ରବୀର କୁମାର ପ୍ରଧାନ କଂଗ୍ରେସରେ ଯୋଗଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ଆଦର୍ଶ, କଂଗ୍ରେସର ବିଚାରଧାରା ଏବଂ ଗାନ୍ଧୀବାଦ ପ୍ରତି ସମ୍ମାନ ଜଣାଇ ସେମାନେ କଂଗ୍ରେସ ଦଳରେ ଯୋଗଦେଇଛନ୍ତି ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ନିରଞ୍ଜନ ପଟ୍ଟନାୟକ, ରାମଚନ୍ଦ୍ର ଖୁଣ୍ଟିଆ, ବିଜୟ ପଟ୍ଟନାୟକ, ବିଭୁତି ମିଶ୍ର, ମାନସ ଚୌଧୁରୀ, ବନ୍ଦିତା ପରିଡ଼ା, ବିଶ୍ୱଜିତ ଦାଶ, ୟାସିର ନୱାଜ, ରଶ୍ମି ମହାପାତ୍ର, ଅମୀୟ ପଟ୍ଟନାୟକ, ରଜନୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.