ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଆରମ୍ଭ ହେଲା ତିନି ଦିନିଆ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’

0

ଭୁବନେଶ୍ୱର; ଆଜିଠୁ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡ଼ିଆରେ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’ ଆରମ୍ଭ ହୋଇଛି । ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବ ଏହି ମହୋତ୍ସବ। ଚଳିତ ବର୍ଷର ରାଜ୍ୟ କୃଷି ମହୋତ୍ସବର ଶୀର୍ଷକ ହେଉଛି ’କୃଷି ବିକାଶରେ ନୂତନ ଜ୍ଞାନ କୌଶଳ’। ନିଆରା ଢ଼ଙ୍ଗରେ ଏକ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା ।

ଏହି ମହୋତ୍ସବକୁ ରାଜ୍ୟର କୋଣ ଅନୁକୋଣରୁ ଅନେକ ଚାଷୀ ଆସୁଛନ୍ତି । ବିଭିନ୍ନ କମ୍ପାନୀ ଦ୍ବାରା ପ୍ରଦର୍ଶିତ ହେଉଥିବା କୃଷିକ୍ଷେତ୍ରରେ ମେସିନ ଓ ଯନ୍ତ୍ରାଂଶ ସମ୍ପର୍କରେ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ଏହି ତିନି ଦିନ ଭିତରେ ପାରମ୍ପରିକ କୃଷି ବ୍ୟତୀତ ନୂତନ ଜ୍ଞାନ କୌଶଳରେ କିପରି ଚାଷ କରାଯିବ ଶେଷ ସମ୍ପର୍କରେ ଆଲୋଚନା ହେବ । ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସମୀକ୍ଷା ମଧ୍ୟ ଏହି କୃଷି ମହୋତ୍ସବରେ ହେବ । କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସୁବ୍ରତ ବାଗଚୀ, ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.