ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଆରମ୍ଭ ହେଲା ତିନି ଦିନିଆ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’

0

ଭୁବନେଶ୍ୱର; ଆଜିଠୁ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡ଼ିଆରେ ରାଜ୍ୟ କୃଷି ମହୋତ୍ସବ ’କୃଷି ଓଡ଼ିଶା’ ଆରମ୍ଭ ହୋଇଛି । ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବ ଏହି ମହୋତ୍ସବ। ଚଳିତ ବର୍ଷର ରାଜ୍ୟ କୃଷି ମହୋତ୍ସବର ଶୀର୍ଷକ ହେଉଛି ’କୃଷି ବିକାଶରେ ନୂତନ ଜ୍ଞାନ କୌଶଳ’। ନିଆରା ଢ଼ଙ୍ଗରେ ଏକ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା ।

ଏହି ମହୋତ୍ସବକୁ ରାଜ୍ୟର କୋଣ ଅନୁକୋଣରୁ ଅନେକ ଚାଷୀ ଆସୁଛନ୍ତି । ବିଭିନ୍ନ କମ୍ପାନୀ ଦ୍ବାରା ପ୍ରଦର୍ଶିତ ହେଉଥିବା କୃଷିକ୍ଷେତ୍ରରେ ମେସିନ ଓ ଯନ୍ତ୍ରାଂଶ ସମ୍ପର୍କରେ ସେମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ଏହି ତିନି ଦିନ ଭିତରେ ପାରମ୍ପରିକ କୃଷି ବ୍ୟତୀତ ନୂତନ ଜ୍ଞାନ କୌଶଳରେ କିପରି ଚାଷ କରାଯିବ ଶେଷ ସମ୍ପର୍କରେ ଆଲୋଚନା ହେବ । ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସମୀକ୍ଷା ମଧ୍ୟ ଏହି କୃଷି ମହୋତ୍ସବରେ ହେବ । କାର୍ଯ୍ୟକ୍ରମରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସୁବ୍ରତ ବାଗଚୀ, ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.