ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ସ୍ବର୍ଗତ ପ୍ୟାରୀ ‌ମହାପାତ୍ରଙ୍କ ଝିଅ ସିକ୍ତା ପତି କଂଗ୍ରେସରେ ସାମିଲ

0

ଭୁବନେଶ୍ବର; କଂଗ୍ରେସରେ ସାମିଲ ହେଲେ ଶିକ୍ତା ପତି। ପୂର୍ବତନ ସାଂସଦ ସ୍ବର୍ଗତ ପ୍ୟାରୀମୋହନ ‌ମହାପାତ୍ରଙ୍କ ଝିଅ ସିକ୍ତା ପତି ବୁଧବାର ଦିନ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ପ୍ୟାରିମୋହନଙ୍କ ମୃତ୍ୟୁର କିଛି ମାସ ପରେ ସିକ୍ତା ବିଜେଡିରେ ମିଶିଥିବାବେଳେ ବୁଧବାର ଦିନ ସେ ବିଜେଡି ଛାଡ଼ି କଂଗ୍ରେସରେ ମିଶିଛନ୍ତି।

ବୁଧିବାର ଦିନ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଓଡ଼ିଶା ପ୍ରଭାରୀ ଏ ଚେଲ୍ଲା କୁମାର ଏବଂ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ଆୟୋଜିତ ମିଶ୍ରଣ ପର୍ବରେ ସିକ୍ତାଙ୍କ ସମେତ ଭାରତୀୟ ରେଳ ସେବାର ପୂର୍ବତନ ଅଧିକାରୀ ହେମନ୍ତ କୁମାର ଦତ୍ତ, ରାଧାକାନ୍ତ ନାୟକ ଓ ବରିଷ୍ଠ ଆଇନଜୀବୀ ପ୍ରବୀର କୁମାର ପ୍ରଧାନ କଂଗ୍ରେସରେ ଯୋଗଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ଆଦର୍ଶ, କଂଗ୍ରେସର ବିଚାରଧାରା ଏବଂ ଗାନ୍ଧୀବାଦ ପ୍ରତି ସମ୍ମାନ ଜଣାଇ ସେମାନେ କଂଗ୍ରେସ ଦଳରେ ଯୋଗଦେଇଛନ୍ତି ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ନିରଞ୍ଜନ ପଟ୍ଟନାୟକ, ରାମଚନ୍ଦ୍ର ଖୁଣ୍ଟିଆ, ବିଜୟ ପଟ୍ଟନାୟକ, ବିଭୁତି ମିଶ୍ର, ମାନସ ଚୌଧୁରୀ, ବନ୍ଦିତା ପରିଡ଼ା, ବିଶ୍ୱଜିତ ଦାଶ, ୟାସିର ନୱାଜ, ରଶ୍ମି ମହାପାତ୍ର, ଅମୀୟ ପଟ୍ଟନାୟକ, ରଜନୀ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.