ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ମହାଶିବରାତ୍ରୀ ପାଇଁ ସମସ୍ତ ଶୈବପୀଠ ଆଜି ଉତ୍ସବମୁଖର

0

ଭୁବନେଶ୍ବର; ପବିତ୍ର ମହାଶିବରାତ୍ରୀ ପାଇଁ ଉତ୍ସବମୁଖର ହୋଇପଡିଛି ଶ୍ରୀଲିଙ୍ଗରାଜ ମନ୍ଦିର ସମେତ ରାଜ୍ୟର ସମସ୍ତ ଶୈବପୀଠ । ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ ଶୈବ ପୀଠ ହୁମା ବିମଳେଶ୍ବର ବାବାଙ୍କ ବକ୍ର ମନ୍ଦିର, ପୁରୀର ଲୋକନାଥ ମନ୍ଦିର ଓ ରାଉରକେଲାର ବେଦବ୍ୟାସ ଆଦି ଶୈବପୀଠରେ ଆଜି ଭୋର ସମୟରୁ ହଜାର ହଜାର ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଆଜି ସାରାଦିନ ଉପାସ ରହି ଓ ରାତି ଉଜାଗର ରହି ମହାଶିବରାତ୍ରି ପାଳନ କରୁଛନ୍ତି ଶ୍ରଦ୍ଧାଳୁ। ମହାଦେବଙ୍କ ଦର୍ଶନ ଓ ଜଳଲାଗି କରିବା ପାଇଁ ସବୁ ସ୍ଥାନରେ ଥିବା ଶିବମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି।

ସୂଚନାଯୋଗ୍ୟ: ଶୁକ୍ରବାର ବିଳମ୍ବିତ ରାତିରେ ପ୍ରଭୁ ଲିଙ୍ଗରାଜଙ୍କ ଆଳତି ଅବକାଶ ନୀତି ସମ୍ପନ୍ନ ହୋଇଛି । ଭୋର ୪ଟାରୁ ୫ ପର୍ଯ୍ୟନ୍ତ ସେବାୟତ ପରିବାରମାନେ ଠାକୁରଙ୍କ ଦର୍ଶନ କରିଥିଲେ । ଭୋର ୫ରୁ ଆରମ୍ଭ ହୋଇଚି ସାହାଣାମେଳା ଦର୍ଶନ, ଯାହା ଦିନ ୧୧ଟା ପର୍ଯ୍ୟନ୍ତ ଚାଲିବ । ଦିନ ୧୧ଟା ପରେ ମହାପ୍ରଭୁଙ୍କ ଜାଗର ନୀତି ଆରମ୍ଭ ହେବ । ରାତି ୧୦ଟାରେ ମହାଦୀପ ମନ୍ଦିର ଉପରକୁ ଉଠିବା ନେଇ ନୀତି ନିର୍ଘଂଟ ସ୍ଥିର ହୋଇଛି ।

ତେବେ ପୁରୀରେ ଶ୍ରୀ ଲୋକନାଥଙ୍କ ପୀଠରେ ମଧ୍ୟ ଜାଗର ଯାତ୍ରା ପାଇଁ ବ୍ୟାପକ ଆୟୋଜନ ହୋଇଥିବା ବେଳେ ଭୋରରୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ବିଳମ୍ବିତ ରାତି ୧୨ଟା ୩୦ରେ ଲୋକନାଥଙ୍କ ମନ୍ଦିର ଦ୍ୱାର ଖୋଲିବା ପରେ ଅନ୍ୟାନ୍ୟ ନୀତି ବଢିବା ପରେ ଭୋର ୪ଟାରୁ ଆରମ୍ଭ ହୋଇଥିଲା ସର୍ବସାଧାରଣ ଦର୍ଶନ। ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

ସେହିପରି ଭଦ୍ରକ ଜିଲ୍ଲା ପ୍ରସିଦ୍ଧ ଶୈବ ପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ବାବାଙ୍କ ଯଥା ରୀତି ପୂଜାଅର୍ଚ୍ଚନା ଆରମ୍ଭ କରାଯାଇଛି। ଜାଗର ଉତ୍ସବ ଓ ମହା ଶିବରାତ୍ରି ପାଇଁ ଉତ୍ସବ ମୁଖର ହୋଇଛି ଆରଡ଼ି ପୀଠ। ଲକ୍ଷାଧିକ ଭକ୍ତଙ୍କ ସମାଗମ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

କଟକ ଆଠଗଡର ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦେଖି ଝୁଲାପୋଲ କିମ୍ବା ଡଙ୍ଗା ଉପରେ ଭକ୍ତମାନଙ୍କ ଯିବା ଆସିବା ବାରଣ କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ମହାନଦୀ ଭିତରେ ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଛି। ପୂଜକ ସମିତି ପକ୍ଷରୁ ଭୋର ୪ଟାରୁ ଦ୍ୱାର ଫିଟାଯାଇ ମହାସ୍ନାନ କରାଯାଇଥିଲା। ଅପରାହ୍ଣରେ ଚାରି ପ୍ରହର ପୂଜା କରାଯାଇ ତୃତୀୟ ପ୍ରହର ପୂଜାରେ ମାଣ୍ଡୁଅ ଭୋଗଲାଗି ବେଢା ପରିକ୍ରମା କରାଯିବ।

Leave A Reply

Your email address will not be published.