ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

0

ଭୁବନେଶ୍ବର; ଆସନ୍ତା କାଲିଠାରୁ ଆରମ୍ଭ ହୋଇଯିବ ବିଧାନ ସଭା ବଜେଟ୍ ଅଧିବେଶନ। ଏହି ବଜେଟ୍ ଅଧିବେଶନ ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଯୋଗ ଦେଇଥିଲେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ, ବିଧାୟକ ପ୍ରଣବ ପ୍ରକାଶ ଦାସ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ବିଜେପି ତରଫରୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର ଉପସ୍ଥିତ ରହିଥିଲେ । ଏହା ସହ ସିପିଆଇଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଏହି ବୈଠକରେ ସାମିଲ ହୋଇଥିଲେ।

ତେବେ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି ପୋଲିସ ଡିଜି । ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ । ତେବେ ବିକ୍ଷୋଭ ଓ ଧାରଣାସ୍ଥଳ ଉପରେ ପୋଲିସର କଡା ନଜର ରହିବ ବୋଲି କହିଛନ୍ତି ପୋଲିସ ଡିଜି ।

Leave A Reply

Your email address will not be published.