ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ବଜେଟ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

0

ଭୁବନେଶ୍ବର; ଆସନ୍ତା କାଲିଠାରୁ ଆରମ୍ଭ ହୋଇଯିବ ବିଧାନ ସଭା ବଜେଟ୍ ଅଧିବେଶନ। ଏହି ବଜେଟ୍ ଅଧିବେଶନ ପୂର୍ବରୁ ଆଜି ବସିଥିଲା ସର୍ବଦଳୀୟ ବୈଠକ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଏହି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଯୋଗ ଦେଇଥିଲେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ, ବିଧାୟକ ପ୍ରଣବ ପ୍ରକାଶ ଦାସ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ବିଜେପି ତରଫରୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ଦଳ ବିଧାୟକ ନେତା ନରସିଂହ ମିଶ୍ର ଉପସ୍ଥିତ ରହିଥିଲେ । ଏହା ସହ ସିପିଆଇଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଏହି ବୈଠକରେ ସାମିଲ ହୋଇଥିଲେ।

ତେବେ ବଜେଟ ଅଧିବେଶନ ପୂର୍ବରୁ ବିଧାନସଭାର ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି ପୋଲିସ ଡିଜି । ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ । ତେବେ ବିକ୍ଷୋଭ ଓ ଧାରଣାସ୍ଥଳ ଉପରେ ପୋଲିସର କଡା ନଜର ରହିବ ବୋଲି କହିଛନ୍ତି ପୋଲିସ ଡିଜି ।

Leave A Reply

Your email address will not be published.