ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା

0

ଭୁବନେଶ୍ୱର: ଭୁବନେଶ୍ବର ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ ମହିଳାଙ୍କ ସହ ଫଟୋ ଉଠାଇଥିଲେ । ଷ୍ଟଲ୍ ବୁଲି ଆଦିବାସୀ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଏହି ମେଳା ୧୫ ଦିନ ଧରି ଚାଲିବ । ଆଦିବାସୀ ଗ୍ରାମ, ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରକୋଷ୍ଠ, ଆଦିବାସୀ ହାଟ, ଆଦିବାସୀ କଳା ସାମଗ୍ରୀ, ଖାଦ୍ୟ ବଜାର ଆଦି ପ୍ରସ୍ତୁତି କରାଯାଇଛି ।

ଚଳିତ ଥର ୧୦ଟି ଆଦିବାସୀ ଗ୍ରାମ ସମେତ ୧୨୧ଟି ଷ୍ଟଲରେ ଜନଜାତି ମାନେ ସେମାନଙ୍କ କଳା ସାମଗ୍ରୀ, ଜଙ୍ଗଲଜାତ ଦ୍ରବ୍ୟ ଆଦି ବିକ୍ରି କରିବେ । ମେଳା ପରିସରରେ ଥିବା ସାଂସ୍କୃତିକ ମଞ୍ଚରେ ପ୍ରତିଦିନ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ଅପରାହ୍ଣ ସାଢ଼େ ୨ଟାରୁ ରାତି ୯ଟା ଯାଏ ମେଳା ଖୋଲା ରହିବ ।

Leave A Reply

Your email address will not be published.