ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁଚାଷ ପ୍ରଶିକ୍ଷଣ ଶିବିର

0

ଭୁବନେଶ୍ୱର, ୨୧/୦୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତୁଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଏହି ଶିବିରରେ ଦଶ ଜଣ ଚାଷୀ ଓ ଏନଏସ୍‌ଏସ୍‌ର ସ୍ୱେଚ୍ଛା ସେବୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ବିଜୟ କୁମାର ସାହୁ ଏବଂ ପ୍ରୋଗ୍ରାମ ଅଫିସର ପ୍ରଫେସର ସରୋଜ କୁମାର ମହାନ୍ତି ଯୋଗ ଦେଇ ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ବିଷୟରେ ବକ୍ତବ୍ୟ ରଖିଥିଲେ ।

ଏହି କାର୍ଯ୍ୟକ୍ରମରେ ଛତୁଚାଷ ବିଶାରଦ ଶ୍ରୀ ରାକେଶ ରୋଶନ ଶତପଥି ଓ ତାଙ୍କ ସହକାରୀ ଶ୍ରୀ ଦିବ୍ୟ ଜ୍ୟୋତି ସ୍ୱାଇଁ ଯୋଗ ଦେଇ ଛତୁଚାଷ କୁ କିପରି ବ୍ୟବସାୟ ଭିତିକ କରିହେବ ସେହି ବିଷୟରେ ଚାଷୀମାନଙ୍କ ସହିତ ବିସ୍ତୃତ ଭାବେ ଆଲୋଚନା କରିଥିବାବେଳେ ଛତୁଚାଷ ଜନିତ ବିଭିନ୍ନ ପ୍ରକାର ସମସ୍ୟାର ସମାଧାନର ପ୍ରଣାଳୀ ସମ୍ପର୍କରେ ଚାଷୀମାନଙ୍କୁ ବୁଝାଇଥିଲେ ।

ଏହି କାର୍ଯ୍ୟକ୍ରମର ଶେଷରେ ସମସ୍ତ ଚାଷୀମାନଙ୍କୁ ଛତୁ ଚାଷ ପାଇଁ ଆବଶ୍ୟକ ସାମଗ୍ରୀ ବଟଂନ କରାଯାଇଥିଲା । ଏନ୍‌ଏସ୍‌ଏସ୍‌ର କୋର୍ଡିନେଟର ପ୍ରଫେସର ନଚିକେତା ଶର୍ମା ଏବଂ ପ୍ରୋଗ୍ରାମ ଅଫିସର ଶ୍ରୀ ରାଜୀବ କୁମାର ବେହେରାଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Leave A Reply

Your email address will not be published.