ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ନବ ଦାସ ମୃତ୍ୟୁ ମାମଲାରେ ଗୃହରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : ଆଜି ପୁଣି ଅଚଳ ହୋଇଛି ବିଧାନସଭା। ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଗୃହର ମଧ୍ୟଭାଗକୁ ଆସି ବି‌ରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଛନ୍ତି। ଏହି ହଟ୍ଟଗୋଳ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ରଖିଛନ୍ତି। ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପରେ ରାଜ୍ୟ ସରକାର ଏହାର ତଦନ୍ତ କ୍ଷେତ୍ରରେ ଏଯାବତ୍ ଗ୍ରହଣ କରିଥିବା ସମସ୍ତ ପଦକ୍ଷେପ ସଂପର୍କରେ ଗୃହକୁ ଅବଗତ କରିଥିଲେ। ଏଥିସହ ଏହି ସ୍ପର୍ଶକାତର ଘଟଣାର ରାଜନୀତୀକରଣ କରାଯାଉଥିବା ନେଇ କ୍ଷୋଭ ପ୍ରକାଶ କରିବା ସହ ବିଜେପି ଉପରେ ବର୍ଷିଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ କହିଥିଲେ ଯେ ଏହା ଅତ୍ୟନ୍ତଦୁଃଖଦାୟକ କି ପୂର୍ବତନ ମନ୍ତ୍ରୀଙ୍କ ହତ୍ୟାକାରୀ ଜଣେ ପୁଲିସ ଅଧିକାରୀ। ତେବେ ଏହି କାରଣରୁ ବିଜେପି ପକ୍ଷରୁ ‌ସମଗ୍ର ପୁଲିସ ବାହିନୀକୁ ଯେଭଳି ଆକ୍ଷେପ କରାଯାଇ ମନ୍ତବ୍ୟ ଦିଆଯାଉଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହି ଘଟଣାକୁ ନେଇ ରାଜନୈତିକ ବୟାନବାଜି ହେତୁ ପୂରା ପୁଲିସ ବାହିନୀର ମନୋବଳ ଉପରେ ନକାରାତ୍କମ ପ୍ରଭାବ ପଡ଼ୁଛି। ବିଜେପି ରାଜ୍ୟର ପୁଲିସ ବାହିନୀକୁ ଉଦ୍ଦେଶ୍ୟମୂଳକ ଭାବେ ବଦନାମ କରିବାକୁ ଉଦ୍ୟମ କରୁଛି। ସେହିପରି ସାମ୍ବିଧାନିକ ପଦବୀରେ ଥିବା ଜଣେ ବ୍ୟକ୍ତି ଜଣେ କାର୍ଯ୍ୟରତ ମହିଳା ପୁଲିସ ଅଧିକାରୀଙ୍କୁ ଆକ୍ରମଣ କରିବା ବି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣା। ଓଡ଼ିଶା ଏଭଳି ଲଜ୍ଜାଜନକ କାଣ୍ଡକୁ କଦାପି କ୍ଷମାଦେବ ନାହିଁ।

ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ବିରୋଧୀଙ୍କ ହଟଗୋଳକୁ ଦେଖି ଗୃହର ସୁପରିଚାଳନା ପାଇଁ ବାଚସ୍ପତି କାର୍ଯ୍ୟ ପରାମର୍ଶଦାତା କମିଟି ବୈଠକ ଡକାଇବା ସହ ଅପରାହ୍ନ ଚାରିଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରିଛନ୍ତି।

Leave A Reply

Your email address will not be published.