ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପ୍ରଫେସର ରାଜେନ୍ଦ୍ର ମହାନ୍ତିଙ୍କୁ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ

0

ଭୁବନେଶ୍ୱର , ୨୩/ ୦୨ : ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ଗୁରୁବାର ନୂଆ ଦିଲ୍ଲୀ ଠାରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ କରାଯାଇଛି । ଏହି ସମ୍ମାନ ନୂଆଦିଲ୍ଲୀ ସ୍ଥିତ ଲାଲ ବାହାଦୂର ଶାସ୍ତ୍ରୀ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମ୍ୟାନେଜମେଂଟ ପକ୍ଷରୁ ପ୍ରତିବର୍ଷ ଅନୁଷ୍ଠାନର ସ୍ଥାପନା ଦିବସ ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍‌, ମ୍ୟାନେଜମେଂଟ ବିଶାରଦ ଓ ବ୍ୟବସାୟ କ୍ଷେତ୍ରରେ ଖ୍ୟାତି ଲାଭ କରିଥିବା ବ୍ୟକ୍ତିଙ୍କୁ ପ୍ରଦାନ କରାଯାଇଥାଏ ।

ଲାଲ ବାହାଦୂର ଶାସ୍ତ୍ରୀ ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ଶ୍ରୀ ଅନୀଲ ଶାସ୍ତ୍ରୀ ପ୍ରଫେସର ମହାନ୍ତିଙ୍କୁ ଏହି ସମ୍ମାନରେ ଭୂଷିତ କରିଥିଲେ ।ବର୍ତମାନ ସୋଆ ବିଶ୍ୱବିଦ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିବା ପ୍ରଫେସର ମହାନ୍ତି ହ୍ୟୁମାନ୍ ରିସୋର୍ସ ମ୍ୟାନେଜମେଂଟ, କ୍ୱାଲିଟି ମ୍ୟାନେଜମେଂଟ ପ୍ରାକ୍ଟିସେସ୍‌, ସପ୍ଲାଇ ଚେନ୍ ମ୍ୟାନେଜମେଂଟ, ଆଡଭାନ୍ସଡ ଅପରେସନ୍ସ ମ୍ୟାନେଜମେଂଟ ଓ ଟୋଟାଲ୍ କ୍ୱାଲିଟି ମ୍ୟାନେଜମେଂଟ ଭଳି ବିଷୟ ଉପରେ ଅନେକ ଉପାଦେୟ ପୁସ୍ତକ ରଚନା କରିଛନ୍ତି ।

ବିଭିନ୍ନ ବିଷୟରେ ଜଣେ ଆନ୍ତର୍ଜାତିକ ବକ୍ତା ଭାବେ ଖ୍ୟାତି ଲାଭ କରିଥିବା ପ୍ରଫେସର ମହାନ୍ତିଙ୍କର ଉଭୟ ଶିକ୍ଷା ଓ ଶିଳ୍ପ କ୍ଷେତ୍ରରେ ପ୍ରଭୃତ ଅଭିଜ୍ଞତା ରହିଛି । ସେ ପୂର୍ବରୁ ଆସୋସିଏସନ୍ ଅଫ୍ ଇଣ୍ଡିଆନ୍ ମ୍ୟାନେଜମେଂଟ ସ୍କଲାର୍‌ସ ଦ୍ୱାରା ଇଂଟରନ୍ୟାସ୍‌ନାଲ୍ ଲାଇଫ୍ ଟାଇମ୍ ଆଚିଭମେଂଟ ଆୱାର୍ଡ, ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଇଞ୍ଜିନିୟରିଂ ଦ୍ୱାରା ଲାଇଫ୍ ଟାଇମ୍ ଆଚିଭ୍‌ମେଂଟ ଆୱାର୍ଡ ଓ ଓଡ଼ିଶା ଇଞ୍ଜିନିୟର୍ସ ଫୋରମ୍ ଦ୍ୱାରା ଭାରତରତ୍ନ ସାର ବିଶେଶ୍ୱରାୟ ଆୱାର୍ଡ ଲାଭ କରିଛନ୍ତି ।ପ୍ରଫେସର ମହାନ୍ତି ଅନେକ ବୃତିଗତ ସଂସ୍ଥାର ଫେଲୋ ତଥା ଅନେକ ଅନୁଷ୍ଠାନର ବୋର୍ଡ ଅଫ୍ ଗଭର୍ଣ୍ଣରରେ ସଭ୍ୟ ରହିଛନ୍ତି ।

Leave A Reply

Your email address will not be published.