ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ରାଜ୍ୟରେ ଚାଷ ଓ ଚାଷୀଙ୍କ ପାଇଁ ପ୍ରାଧାନ୍ୟ ଦେଇଛନ୍ତି ସରକାର

0

ଭୁବନେଶ୍ବର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାରଦିନ ବିଧାନସଭାରେ ବର୍ଷ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏବର୍ଷ ମଧ୍ୟ ଅର୍ଥମନ୍ତ୍ରୀ ପ୍ରଥମେ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ କୃଷି ଉତ୍ପାଦନ ବୃଦ୍ଧି, କୃଷକ ସହାୟତା ଓ ଜଳସେଚନ ଉପରେ ଗୁରୁତ୍ବ ଦିଆଯାଇଛି । ରାଜ୍ୟରେ ଚାଷ ଓ ଚାଷୀଙ୍କ ପାଇଁ ପ୍ରାଧାନ୍ୟ ଦେଇଛନ୍ତି ସରକାର  । କୃଷକଙ୍କ ପାଇଁ ବଜେଟରେ ଦିଆଯାଇଛି ଫୋକସ୍  । କୃଷି ବଜେଟ ପାଇଁ ଅଟକଳ ମୂଲ୍ୟ ରହିଛି ୨୪ ହଜାର ୮୨୯ କୋଟି ଟଙ୍କା  । 

ସରକାର ଲୋକପ୍ରିୟ କାଳିଆ ଯୋଜନା ପାଇଁ ୧୮୭୯ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଉଦ୍ୟାନ କୃଷିର ବିକାଶ ପାଇଁ ୩୮୧ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଧାନ ସଂଗ୍ରହ ପାଇଁ ୨ ହଜାର କୋଟିର ଆବର୍ତ୍ତି ପାଣ୍ଠି ବ୍ୟବସ୍ଥା କରାଯାଇଛି ।  ଓୟୁଏଟିରେ କୃଷି ଗବେଷଣା ପାଇଁ ୧୬୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । କୃଷି କ୍ଷେତ୍ରରେ ମହି​ଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ପ୍ରେତ୍ସାହନ ପାଇଁ ସ୍ବତନ୍ତ୍ର ବ୍ୟୟବରାଦ କରାଯାଇଛି । ଛତୁ ମିସନ ଓ ଫୁଲ ଚାଷ ପାଇଁ ୧୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ସବୁ ଜିଲ୍ଲାରେ ମିଲେଟ ମିଶନ କାର୍ଯ୍ୟକାରୀ ହେବ । ମିଲେଟ ମିଶନ ପାଇଁ ୪୯୭ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

ପାର୍ବତୀ ଗିରି ବୃହତ ଉଠାଜଳସେଚନ ପ୍ରକଳ୍ପ ପାଇଁ ୫ ଶହ କୋଟିର ବ୍ୟୟବରାଦ କରାଯାଇଛି । ୨୦୨୫-୨୬ ସୁଦ୍ଧା ଅତିରିକ୍ତ ୧ ଲକ୍ଷ ଗଭୀର ନଳକୂପ ପାଇଁ ୪୧୯୮ କୋଟିର ବ୍ୟୟବରାଦ କରାଯାଇଛି । ବିଜୁ କୃଷକ ବିକାଶ ଯୋଜନାରେ ୧୫ଶହ ଉଠାଜଳସେଚନ ପ୍ରକଳ୍ପ ପାଇଁ ୪ ଶହ କୋଟି ଓ ଅଚଳ ଉଠାଜଳସେଚନ ପ୍ରକଳ୍ପ ପୁନରୁଦ୍ଧାର ପାଇଁ ୧୯୧ କୋଟିର ବ୍ୟୟବରାଦ କରାଯାଇଛି । ନଦୀ ଉପରେ ଏ ବର୍ଷ ଆଉ ୧୬ଟି ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ହେବ । ନଦୀ ଉପରେ ଇନଷ୍ଟ୍ରିମ ଷ୍ଟୋରେଜ ପ୍ରକଳ୍ପ ପାଇଁ ୮୫୪ କୋଟିର ବ୍ୟୟବରାଦ କରାଯାଇଛି ।

Leave A Reply

Your email address will not be published.